ଗଭୀର ଅବପାତ ରୂପ ନେଇପାରେ ଅବପାତ, ଓଡ଼ିଶାରେ ପଡ଼ିବ କମ୍ ପ୍ରଭାବ!

ଓଏଲ୍ ବ୍ୟୁରୋ: ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ସୁଦୃଶଃ ଲଘୁଚାପ। ଅବପାତ ପ୍ରଭାବ ଓଡ଼ିଶାକୁ ବେଶୀ ନଥିବା କହିଲେ ଆଇଏମଡି ଡିଜି କହିଛନ୍ତି। ଆସନ୍ତାକାଲି ସକାଳେ ଗଭୀର ଅବପାତ ରୂପ ନେଇପାରେ ଅବପାତ। ଆନ୍ଧ୍ର ଉପକୂଳରୁ ଦୂରରେ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ। ପ୍ରଭାବରେ ଆଜି ସନ୍ଧ୍ୟାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।ଆସନ୍ତାକାଲି ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟମ ବର୍ଷା ସମ୍ଭାବନା ରହିଛି।
ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ଗଭୀର ଅବପାତ ରୂପ ନେଇପାରେ। ଏହାର ପ୍ରଭାବରେ ୧୬ ତାରିଖରୁ ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଏହା ପ୍ରଭାବରେ ୧୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୧୬ ତାରିଖରେ ୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଯୋଗୁଁ କାଲିଠୁ ମତ୍ସ୍ୟଜୀବିଙ୍କୁ ସମୁଦ୍ର ବାରଣ କରାଯାଇଛି।