Odisha Link
Bridging the Missing Links in Odisha

ଅବପାତର ରୂପ ନେବ ସୁଦୃଶଃ ଲଘୁଚାପ! ୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ସୁଦୃଶଃ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ୧୬ ତାରିଖରୁ ବର୍ଷା ହେବାର ସମ୍ଭାବନା ଥିବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ତେବେ ଏହା ପ୍ରଭାବରେ ୧୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୧୬ ତାରିଖରେ ୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଯୋଗୁଁ କାଲିଠୁ ମତ୍ସ୍ୟଜୀଜୀଙ୍କୁ ସମୁଦ୍ର ବାରଣ କରାଯାଇଛି।

ସୂଚନାଥାଉକି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ସମେତ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। ସେହିପରି ପାହାନ୍ତିଆରେ ମଧ୍ୟ କୁହୁଡ଼ି ମଧ୍ୟ ଦେଖିବାକୁ ମିଳୁଛି। ଦାରିଙ୍ଗିବାଡ଼ିରେ ଅଧିକ ଶୀତ ଅନୁଭୂତ ହେଉଛି। ଆଜି ସକାଳେ ପାଗ ମେଘୁଆ ରହିଥିଲା।

ଏବେ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବେଶ କରୁଛି ଥଣ୍ଡା ଶୁଷ୍କ ପବନ। ପ୍ରଭାବରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି ପାରଦ। ସେପଟେ ସମ୍ଭାବ୍ୟ ବର୍ଷାକୁ ନଜରରେ ରଖି ଚାଷୀଙ୍କୁ ସତର୍କ କରିଛି ପାଣିପାଗ କେନ୍ଦ୍ର। ଅମଳ ଧାନକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.