Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା; ୧୮ରେ କରିବ ଲ୍ୟାଣ୍ଡଫଲ୍!

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ବଙ୍ଗୋପସାଗରରେ ଗଭୀର ଅବପାତ ବାତ୍ୟାରେ ପରିଣତ ହେବ ବୋଲି ପୂର୍ବାନୁମାନ କରାଯାଇଛି। ୧୮ ତାରିଖ ସକାଳ ବେଳକୁ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ଉପକୂଳ ମୁହାଁ ହେଲା ବେଳକୁ ଏହା ଦୁର୍ବଳ ହୋଇ ବାଂଲାଦେଶର ମୋଙ୍ଗଲା ଓ ଖେପୁପରା ନିକଟରେ ସ୍ଥଳଭାଗ ଅତିକ୍ରମ କରିପାରେ। ଏହାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

ଏହା ସହ ଅବପାତ ପ୍ରଭାବ ଓଡ଼ିଶାକୁ ବେଶୀ ନଥିବା କହିଲେ ଆଇଏମଡି ଡିଜି କହିଛନ୍ତି। ଅବପାତ ଆନ୍ଧ୍ର ଉପକୂଳରୁ ଦୂରରେ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ। ପ୍ରଭାବରେ ଆଜି ସନ୍ଧ୍ୟାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ପୁରୀ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବାତ୍ୟା ବାଂଲାଦେଶ ଉପକୂଳରେ ଲ୍ୟାଣ୍ଡଫଲ୍ କରିବ। ୧୮ ତାରିଖ ଭୋର୍ ସମୟରେ ଏହା ଲ୍ୟାଣ୍ଡଫଲ୍ କରିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଅବପାତ ପ୍ରଭାବରେ ୧୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଅବପାତ ବିଶାଖାପାଟଣା ଓ ପାରାଦୀପରୁ ୩୮୦ କିମି ଦୂରରେ ଅଛି। ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ଆହୁରି ଘନୀଭୂତ ହେବ। ଆସନ୍ତାକାଲି ସକାଳେ ବାଂଲାଦେଶ ଉପକୂଳ ଅତିକ୍ରମ କରିବ। ୧୬ ତାରିଖରେ ୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଯୋଗୁଁ କାଲିଠୁ ମତ୍ସ୍ୟଜୀବିଙ୍କୁ ସମୁଦ୍ର ବାରଣ କରାଯାଇଛି।

Leave A Reply

Your email address will not be published.