Odisha Link
Bridging the Missing Links in Odisha

ପୁଣି ବର୍ଷିବ; ଗଭୀର ଅବପାତର ରୂପ ନେଲା ଅବପାତ

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେଲା ଅବପାତ। ଅବପାତ ପ୍ରଭାବ ଓଡ଼ିଶାକୁ ବେଶୀ ନଥିବା କହିଲେ ଆଇଏମଡି ଡିଜି କହିଛନ୍ତି। ଅବପାତ ଆନ୍ଧ୍ର ଉପକୂଳରୁ ଦୂରରେ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ। ପ୍ରଭାବରେ ଆଜି ସନ୍ଧ୍ୟାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟମ ବର୍ଷା ସମ୍ଭାବନା ରହିଛି।

ଅବପାତ ପ୍ରଭାବରେ ୧୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଅବପାତ ବିଶାଖାପାଟଣା ଓ ପାରାଦୀପରୁ ୩୮୦ କିମି ଦୂରରେ ଅଛି। ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ଆହୁରି ଘନୀଭୂତ ହେବ। ଆସନ୍ତାକାଲି ସକାଳେ ବାଂଲାଦେଶ ଉପକୂଳ ଅତିକ୍ରମ କରିବ। ୧୬ ତାରିଖରେ ୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଯୋଗୁଁ କାଲିଠୁ ମତ୍ସ୍ୟଜୀବିଙ୍କୁ ସମୁଦ୍ର ବାରଣ କରାଯାଇଛି।