Odisha Link
Bridging the Missing Links in Odisha

ଟନେଲ ଭୁଶୁଡ଼ିବା ଘଟଣା: ୪ ଦିନ ହେବ ଜୀବନ ସହ ଲଢ଼ୁଛନ୍ତି ୪୦ ଶ୍ରମିକ

ଓଏଲ୍‌ ବ୍ୟୁରୋ: ଉତ୍ତରକାଶୀରେ ନିର୍ମାଣାଧିନ ଟନେଲ ଭୁଶୁଡ଼ିବା ଘଟଣା ସାମ୍ନାକୁ ଆସିଥିଲା। ଏହି ଟନେଲରେ ୪୦ ଶ୍ରମିକ ଫସି ରହିଛନ୍ତି। ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲରେ ଫସିରହିଥିବା ୪୦ ଶ୍ରମିକଙ୍କୁ ଉଦ୍ଧାର ପାଇଁ ୪ ଦିନ ଧରି ରେସକ୍ୟୁ ଚାଲିଛି। ଫସିଥିବା ଶ୍ରମିକଙ୍କୁ ବାହାର କରିବାକୁ ଆଇଟିବିପି, ଏନଡିଆରଏଫ, ଏସଡିଆରଏଫ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଶ୍ରମିକଙ୍କ ପାଖକୁ ପାଇପ ଯୋଗେ ଖାଦ୍ୟ, ଅମ୍ଳଜାନ ପଠାଯାଉଛି।

ସେହିପରି ଫସିରହିଥିବା ୪୦ ଶ୍ରମିକଙ୍କ ତାଲିକା ଜାରି କଲା ପ୍ରଶାସନ। ଏହି ଟନେଲରେ ଫସିଛନ୍ତି ୫ ଓଡ଼ିଆ ଶ୍ରମିକ। ଫସିଥିବା ୪୦ ଶ୍ରମିକଙ୍କ ମଧ୍ୟରେ ୫ ଜଣ ଓଡ଼ିଶାର ବୋଲି ଖବର ମିଳିଛି। ଏହି ୫ ଓଡ଼ିଆ ଶ୍ରମିକ ହେଲେ ତପନ ମଣ୍ଡଳ, ଭଗବାନ ପତ୍ରା, ବିଶ୍ବେଶ୍ବର ନାୟକ, ରାଜୁ ନାୟକ ଓ ଧୀରେନ୍। ସେମାନଙ୍କ ମଧ୍ୟରେ ୩ ଜଣ ଶ୍ରମିକ ମୟୂରଭଞ୍ଜ ଜିଲ୍ଲାର ବୋଲି ଜଣା ପଡିଛି।

ସୂଚନା ଅନୁସାରେ, ପ୍ରାୟ ସାଢ଼େ ୪ କିଲୋମିଟର ଲମ୍ବର ଏହି ଟନେଲର ୧୫୦ ମିଟର ଭାଗ ଦବି ଯାଇଥିଲା। ଏହି ଟନେଲ ସିଲକ୍ୟାରାରୁ ଦଣ୍ଡାଲଗାଓଁକୁ ସଂଯୋଗ କରିବା ପାଇଁ ନିର୍ମାଣ କରାଯାଉଥିଲା। ଚାରଧାମ ରୋଡ୍ ପ୍ରୋଜେକ୍ଟରେ ଏହି ଟନେଲ ନିର୍ମାଣ କରାଯାଉଛି, ଯାହା ଫଳରେ ଉତ୍ତରକାଶୀରୁ ଯମୁନୋତ୍ରୀ ଧାମର ଦୂରତା ୨୬ କିଲୋମିଟର ହ୍ରାସ ପାଇ ପାରିବ। ଉତ୍ତରକାଶୀ ଟନେଲରେ ଧସିବା ଘଟଣାରେ ରେସ୍କ୍ୟୁ ଅପରେସନ ଜାରି ରହିଛି।

Leave A Reply

Your email address will not be published.