Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତ ହେଲେ ସୁରେଶ ମହାପାତ୍ର

ଓଏଲ୍‌ ବ୍ୟୁରୋ: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅବସରପ୍ରାପ୍ତ ଆଇଏଏସ୍‌ ସୁରେଶ ଚନ୍ଦ୍ର ମହାପାତ୍ର। ଅନ୍ୟପଟେ ତାଙ୍କୁ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ନୂଆ ମୁଖ୍ୟ ଉପଦେଷ୍ଟା ଭାବେ ଆଜି ନିଯୁକ୍ତି ମିଳିଛି। ମହାପାତ୍ରଙ୍କୁ ଓଡିଶା ବିଦ୍ୟୁତ୍ ନିୟାମକ ଆୟୋଗ ଚେୟାରମ୍ୟାନ୍ ପଦରୁ ନଭେମ୍ବର ୧୭ରୁ ଅବ୍ୟାହତି ଦିଆଯାଇଛି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ଚଳିତବର୍ଷ ମାର୍ଚ୍ଚ ୧ତାରିଖରେ ଓଇଆରସି ଅଧ୍ୟକ୍ଷ ପଦ ସମ୍ଭାଳିଥିବା ଶ୍ରୀ ମହାପାତ୍ରଙ୍କ ଇସ୍ତଫାକୁ ଆଜି ରାଜ୍ୟ ସରକାର ଗ୍ରହଣ କରିଛନ୍ତି । ସେ ବ୍ୟକ୍ତିଗତ କାରଣ ଦର୍ଶାଇ ଅଧ୍ୟକ୍ଷ ପଦ ଛାଡ଼ିବାର ମାତ୍ର କିଛିଘଣ୍ଟା ମଧ୍ୟରେ ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ଦିଆଯାଇଛି ।

ଅନ୍ୟପଟେ ଆର୍‌.ବାଲକ୍ରୀଷ୍ଣନଙ୍କୁ ସିଏମ୍‌ଓ ମୁଖ୍ୟ ପରାମର୍ଶଦାତା ଅତିରିକ୍ତ ଦାୟିତ୍ୱରୁ ନିବୃତ କରାଯାଇଛି। ସ୍ପେଶାଲ ଇନିସିଏଟିଭ୍‌ ମୁଖ୍ୟ ପରାମର୍ଶଦାତା ରହିବେ ଆର୍‌. ବାଲକ୍ରୀଷ୍ଣନ। WODC ଅଧ୍ୟକ୍ଷ ଅସିତ ତ୍ରିପାଠୀଙ୍କୁ ମଧ୍ୟ ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ମିଳିଛି। ସେ କେବଳ ପଶ୍ଚିମଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇବେ।

Leave A Reply

Your email address will not be published.