Odisha Link
Bridging the Missing Links in Odisha

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ମହାମହିମ; ଭିସୁଟ୍ ଯାଇ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ବାଦାମପାହାଡ ଷ୍ଟେସନରୁ ୩ଟି ନୂଆ ଟ୍ରେନକୁ ଶୁଭାରମ୍ଭ କରିଛନ୍ତି ମହାମହିମ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ। ଏହା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବଲପୁର ବିଶ୍ବବିଦ୍ୟାଳୟରେ ପହଂଚିଲେ ମହାମହିମ। ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ସେଠାରୁ ଭିସୁଟ୍ ଯାଇ ରାଷ୍ଟ୍ରପତି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ।

ସୂଚନା ଅନୁସାରେ, ଆଜି ସକାଳେ ରାଷ୍ଟ୍ରପତି ପାହାଡପୁରରେ ପହଞ୍ଚି ମୁର୍ମୁ ଛକରେ ସ୍ୱର୍ଗତ ଶ୍ୟାମଚରଣ ମୁର୍ମୁଙ୍କ ପ୍ରତିମୂର୍ତି ଉନ୍ମୋଚନ କରିଥିଲେ। ସ୍ୱାମୀଙ୍କ ପ୍ରତିମୂର୍ତିରେ ମାଲ୍ୟର୍ପଣ କରି ଭାବବିହ୍ୱଳ ହୋଇଛନ୍ତି ରାଷ୍ଟ୍ରପତି। ଏହାପରେ ଏଲ୍ଆଣ୍ଡଟି ଦ୍ୱାରା ପରିଚାଳିତ ହେବାକୁ ଥିବା ଦକ୍ଷତା ବିକାଶ କେନ୍ଦ୍ରକୁ ଉଦଘାଟନ କରିଛନ୍ତି। ସେଠାରୁ ପାହାଡପୁରରେ ନିଜେ ଗଢିଥିବା ଏସଏଲଏସ୍ ଆବାସିକ ବିଦ୍ୟାଳୟକୁ ମହାମହିମ, ସେଠାରେ ଛାତ୍ରଛାତ୍ରୀଙ୍କ ସହିତ ଭାବ ବିନିମୟ କରିଥିଲେ।

Leave A Reply

Your email address will not be published.