Odisha Link
Bridging the Missing Links in Odisha

ବଡ଼ଦାଣ୍ଡରେ ଅସମ୍ଭାଳ ଭିଡ଼; ପୁରୀରେ ପଞ୍ଚୁକ ୫ଦିନ ବନ୍ଦ ରହିବ ଉଠା ଦୋକାନ

ଓଏଲ୍‌ ବ୍ୟୁରୋ: ହିନ୍ଦୁ ଧର୍ମର ଧାର୍ମିକ ମାସ ଯାହାକୁ କାର୍ତ୍ତିକ ମାସ ବୋଲି କୁହାଯାଏ। ଆଜି କାର୍ତ୍ତିକ ମାସ ପାଇଁ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼। ଧର୍ମମାସ କାର୍ତ୍ତିକରେ ଶ୍ରୀକ୍ଷେତ୍ରରେ ପ୍ରବଳ ଗହଳି ଜମିଛି। ପୁରୀରେ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି। ବ୍ୟାରିକେଟ୍ ବାହାରେ ବଡ଼ଦାଣ୍ଡରେ ଲମ୍ବା ଲାଇନ ଲାଗିଛି।

ବଡ଼ଦାଣ୍ଡରେ ଅସମ୍ଭାଳ ଭିଡ଼କୁ ନଜରରେ ରଖି ବଡ଼ଦାଣ୍ଡରେ ମାର୍କେଟ ଛକ ଯାଏ ଉଠା ଦୋକାନ ବନ୍ଦ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପଞ୍ଚୁକରେ ଅଧିକ ଗହଳିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଛି। ଗହଳି ନିୟନ୍ତ୍ରଣ ପାଇଁ ୩ଟି ସିଫ୍ଟରେ ସ୍ବେଚ୍ଛାସେବୀ ରହିବେ ବୋଲି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।

ଅନ୍ୟପଟେ, ସିଂହଦ୍ୱାର ଠାରୁ ମାର୍କେଟ ଛକ ଯାଏଁ ଲାଗିଛି ଲମ୍ବା ଲାଇନ୍। ବ୍ୟାରିକେଡରେ ଘଣ୍ଟା ଘଣ୍ଟା ଧରି ଛିଡ଼ା ହୋଇଛନ୍ତି ଶତାଧିକ ଶ୍ରଦ୍ଧାଳୁ। ବ୍ୟାରିକେଡ୍‌ରେ ପ୍ରବଳ ଗହଳି ଯୋଗୁଁ ଭକ୍ତ ଅସୁସ୍ଥ ହୋଇଥିବା ଖବର ସାମ୍ନାକୁ ଆସିଛି। ଗହଳି ଭିତରେ ହବିଷ୍ୟାଳି ଓ ନାବାଳିକା ଅସୁସ୍ଥ ହୋଇଥିବାବେଳେ ଉଭୟଙ୍କ ପ୍ରାଥମିକ ଚିକିତ୍ସା କରାଯାଇଛି।

Leave A Reply

Your email address will not be published.