Odisha Link
Bridging the Missing Links in Odisha

ପ୍ରଶ୍ନକାଳରେ ବିରୋଧୀଙ୍କ ହଟ୍ଟଗୋଳ: ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା

ଓଏଲ୍‌ ବ୍ୟୁରୋ: ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ତୃତୀୟ ଦିନ। ତୃତୀୟ ଦିନରେ ବେଶ୍ ଗୃହ ସରଗରମ ରହିଛି। ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ଦେଖିବାକୁ ମିଳିଛି। ମଧ୍ୟଭାଗକୁ ଆସି ପ୍ଲାକାର୍ଡ ଧରି ବିରୋଧୀ ହୋହଲ୍ଲା କରିଛନ୍ତି। ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ଯୋଗୁଁ ଗୃହ ମୁଲତବି ଘୋଷଣା କରାଯାଇଛି। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ପୁଣି ଗୃହ ଅଚଳ ହୋଇପଡିଛି। ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି।

ଅନ୍ୟପଟେ, ଗୃହରେ ପ୍ରଶ୍ନକାଳ ଆରମ୍ଭ ବେଳେ ଭୂପିନ୍ଦର ସିଂଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ଉତ୍ତର ରଖିଥିଲେ। ଭୂପିନ୍ଦର ସିଂଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଉତ୍ତର ଦେଇ କହିଛନ୍ତି, ରାଜ୍ୟରେ ୭୯୯୮ ପଞ୍ଚାୟତରେ ୮୦୯୯ଟି ଉଚ୍ଚ ବିଦ୍ୟାଳୟ ରହିଥିବା ସୂଚନା ଦେଇଛନ୍ତି। ଏହା ସହ ରାଜ୍ୟରେ ୪୨୬ଟି ପଞ୍ଚାୟତରେ ଉଚ୍ଚ ବିଦ୍ୟାଳୟ ନାହିଁ ବୋଲି ସ୍ପଷ୍ଟ ହୋଇଛି।

ତିନିଦିନ ହେବ ଆରମ୍ଭ ହୋଇଛି ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ। ସାଧାରଣ ନିର୍ବାଚନ ପୂର୍ବରୁ ଏହା ହେଉଛି ଶେଷ ଶୀତ ଅଧିବେଶନ। ନଭେମ୍ବର ୨୧ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହୋଇଥିବାବେଳେ ଏହା ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଥିଲା।

Leave A Reply

Your email address will not be published.