Odisha Link
Bridging the Missing Links in Odisha

ବଡ଼ଓଷାରେ ମୁଖ୍ୟ କବାଟ ଭାଙ୍ଗି ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

ଓଏଲ୍‌ ବ୍ୟୁରୋ: ଆଜି ପବିତ୍ର ବଡ଼ ଓଷା। ଏହି ଅବସରରେ ବାବା ଧବଳେଶ୍ବରଙ୍କ ମନ୍ଦିରରେ ପ୍ରବଳ ଭିଡ଼। ହେଲେ ଗତକାଲିରୁ ଲାଗି ରହିଥିବା ବିବାଦ ଯୋଗୁଁ ଆଜି ବି ମନ୍ଦିରରେ ଦର୍ଶନ ବନ୍ଦ ଥିଲା। ହେଲେ ବଢ଼ି ଭୋରରୁ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ମନ୍ଦିରରେ ଆସି ପହଞ୍ଚିଥିଲେ। ବଡ଼ ସିଂହାର ବେଶରେ ଦର୍ଶନ କରିବାକୁ ଲୋକେ ଅପେକ୍ଷା କରି ଶେଷରେ ମୁଖ୍ୟ କବାଟକୁ ଭାଙ୍ଗି ଭିତରେ ପଶିଛନ୍ତି। ବର୍ତ୍ତମାନ ଶାନ୍ତି ଶୃଙ୍ଖଳାର ସହିତ ବାବାଙ୍କ ଦର୍ଶନ କରୁଛନ୍ତି ଭକ୍ତ।

ପ୍ରଶାସନ ଓ ସେବାୟତଙ୍କ ବିବାଦ ଯୋଗୁ ଆଜି ବଡ଼ ଓଷା ହୋଇପାରିବ କି ନାହିଁ ଆଶଙ୍କା ଦେଖାଦେଇଥିଲା। ଆଉ ଆଜି ଅସମ୍ଭାଳ ଭିଡ଼ ପୂଜକଙ୍କ ପ୍ରତିବାଦକୁ ନମାନି ଧସେଇ ପଶିଥିଲେ। ଗତକାଲି ବିଳମ୍ବିତ ରାତିରେ ପୂଜକ ସମିତି ଓ ପ୍ରଶାସନ ମଧ୍ୟରେ ହୋଇଥିବା ବୈଠକ ବିଫଳ ହୋଇଥିଲା। ବ୍ୟାରିକେଡ୍ ଉତର ପଟକୁ କରିବା ପାଇଁ ପୂଜକ ସମାଜ ଜିଦ୍ ଧରିଥିବା ବେଳେ ପ୍ରଶାସନ କିନ୍ତୁ ବ୍ୟାରିକେଡ୍ କୌଣସି ପରିବର୍ତନ କରିବା ସପକ୍ଷରେ ନଥିଲା। ଫଳରେ ଏହି ବୈଠକ ବିଫଳ ହୋଇଥିଲା।

ଆଜି ମହାକାର୍ତ୍ତିକ ମାସର ବଡ ପର୍ବ ବଡଓଷା। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଲାଗି ହେବ ଗଜଭୋଗ ଓ ତରଣ। ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦ୍ଯାପନ କରିଥାନ୍ତି। ଏଥିପାଇଁ ଆଜି ରାତି ୩ଟା ବେଳେ ଦ୍ୱାର ଫିଟା ଯାଇଥିଲା। ପରେ ବାବା ଧବଳେଶ୍ୱରଙ୍କୁ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ,ମଙ୍ଗଳ ଆଳତି ଆଦି ସମସ୍ତ ରୀତିନୀତି କରାଯାଇଥିଲା।

Leave A Reply

Your email address will not be published.