Odisha Link
Bridging the Missing Links in Odisha

ଡିସେମ୍ବର ୪ରୁ ସଂସଦର ଶୀତ ଅଧିବେଶନ; ଆସନ୍ତା ୨ରେ ହେବ ସର୍ବଦଳୀୟ ବୈଠକ

ଓଏଲ୍‌ ବ୍ୟୁରୋ: ସଂସଦର ଶୀତ ଅଧିବେଶନ ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବ। ଶୀତ ଅଧିବେଶନ ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ। ସଂସଦୀୟ ବ୍ୟପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ଚଳିତଥର ମୋଟ ୧୫ଟି କାର୍ଯ୍ୟ ଦିବସ ରହିଛି। ସଂସଦର ଶୀତ ଅଧିବେଶନ ପୂର୍ବରୁ ଡିସେମ୍ବର ୨ରେ ଏକ ସର୍ବଦଳୀୟ ବୈଠକ ଡକାଯାଇଛି।

ସାଧାରଣତଃ ନଭେମ୍ବର ମାସରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହୁଏ। ଗତ ସେପ୍ଟେମ୍ବର ମାସରେ ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ବସିଥିଲା। ସଂସଦର ନୂଆ କୋଠାରେ ଏହି ଅଧିବେଶନ ବସିଥିଲା। ଏହି ଅଧିବେଶନରେ ଐତିହାସିକ ମହିଳା ସଂରକ୍ଷଣ ବିଲ୍ ପାରିତ ହୋଇଥିଲା।

ଚଳିତ ଶୀତ ଅଧିବେଶନ ନୂଆ ସଂସଦ ଭବନରେ ଅନୁଷ୍ଠିତ ହେବ। ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼, ତେଲେଙ୍ଗାନା ଓ ମିଜୋରାମ ବିଧାନସଭା ନିର୍ବାଚନର ଫଳାଫଳ ଡିସେମ୍ବର ୩ ତାରିଖରେ ପ୍ରକାଶ ପାଉଥିବା ବେଳେ ତା’ପର ଦିନଠାରୁ ଆରମ୍ଭ ହେବ ସଂସଦର ଶୀତ ଅଧିବେଶନ।

Leave A Reply

Your email address will not be published.