Odisha Link
Bridging the Missing Links in Odisha

ଉତ୍ତରକାଶୀ: ୧୭ ଦିନ ପରେ ୫ ଓଡ଼ିଆଙ୍କ ସମେତ ଟନେଲରୁ ବାହାରିଲେ ୪୧ ଶ୍ରମିକ

ଓଏଲ୍‌ ବ୍ୟୁରୋ: ଉଦ୍ଧାର ହେଲେ ଉତ୍ତରାଖଣ୍ଡର ଉତ୍ତରକାଶୀ ଟନେଲରେ ଦୀର୍ଘ ୧୭ ଦିନ ହେଲା ଫସି ରହିଥିବା ୪୧ ଶ୍ରମିକ। ଅକ୍ଲାନ୍ତ ପରିଶ୍ରମ ଓ ସମଗ୍ର ଦେଶର ପ୍ରାର୍ଥନା କାମ ଦେଇଛି। ଟନେଲରୁ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି ଶ୍ରମିକ। ପର୍ଯ୍ୟାୟକ୍ରମେ ୫ ଜଣ ଓଡ଼ିଆ ଶ୍ରମିକଙ୍କ ସମେତ ୪୧ ଜଣ ଶ୍ରମିକଙ୍କୁ ପାଇପ ଯୋଗେ ବାହାରି କରାଯାଇଛି।

ଉଦ୍ଧାରକାରୀ ଦଳଙ୍କ ୧୭ ଦିନର ଅହରହ ପରିଶ୍ରମ ପରେ ବାହାର ଦୁନିଆ ଦେଖିଛନ୍ତି ୪୧ ଶ୍ରମିକ। ମଙ୍ଗଳବାର ସମସ୍ତଙ୍କ ପାଇଁ ଶୁଭ ସାବ୍ୟସ୍ତ ହୋଇଛି। ଦୀର୍ଘ ଦିନ ପରେ ଆଜି ନିଜ ପରିବାର ଲୋକଙ୍କୁ ଭେଟିବେ ଉଦ୍ଧାର ଶ୍ରମିକ।

ସୂଚନାଯୋଗ୍ୟ ନଭେମ୍ବର ୧୨ ତାରିଖରୁ ଟନେଲ ଭିତରେ ଫସି ରହିଥିଲେ ୪୧ ଜଣ ଶ୍ରମିକ। ଯେଉଁଥିରେ ୫ ଜଣ ଓଡ଼ିଆ ମଧ୍ୟ ଥିଲେ। ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତଙ୍କୁ ଉଦ୍ଧାର କରିବାକୁ ଜାରି ରହିଛି ଉଦ୍ୟମ।

୫ ଓଡ଼ିଆ ଶ୍ରମିକ ହେଲେ ମୟୂରଭଞ୍ଜ ବାଙ୍ଗିରିପୋଷି ବେଢାକୁଦର ବିଶ୍ୱେଶ୍ୱର ନାୟକ, ଭଦ୍ରକ ବାସୁଦେବପୁର ବ୍ଲକ ସାନକୃଷ୍ଣପୁରର ତପନ ମଣ୍ଡଳ, ନବରଙ୍ଗପୁରର ଭଗବାନ ଭତ୍ରା, କୁଳଡ଼ିହାର ରାଜୁ ନାୟକ ଓ ବଡ଼କୁଦାର ଧିରେନ।

Leave A Reply

Your email address will not be published.