Odisha Link
Bridging the Missing Links in Odisha

ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏହି ଅବସରରେ ୪ ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ। ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତମହାପାତ୍ର ସେବାୟତ। ଏଣୁ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି ହୋଇଛି।

ଅନ୍ୟପଟେ, ଦ୍ୱିତୀୟ ଦିନରେ ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥର ଉତ୍ତର ଭାଗରେ ଲେଜର ସ୍କାନିଂ ହେବ। ଶ୍ରୀମନ୍ଦିର ପରିଚାଳନା କମିଟିର ନିଷ୍ପତ୍ତି ଅନୁସାରେ ଟେକନିକାଲ୍ ଟିମ୍ ଦ୍ୱାରା ମହାପ୍ରଭୁ ଜଗନ୍ନାଥଙ୍କ ଭଣ୍ଡାର ଘରର ଥ୍ରୀ-ଡି ରୋଟେଟିଂ ଲେଜର ସ୍କାନିଂ କରାଯାଉଛି।

Leave A Reply

Your email address will not be published.