Odisha Link
Bridging the Missing Links in Odisha

ବଢ଼ିବ ଶୀତର ପ୍ରକୋପ! ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ

ଓଏଲ୍‌ ବ୍ୟୁରୋ: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପଶ୍ଚିମ ଉତ୍ତର ଦିଗରେ ଗତି କରି ଅବପାତ ରୂପ ନେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ବାତ୍ୟା ସମ୍ଭାବନା ରହିଛି। ତେବେ ଓଡ଼ିଶାର ଏହାର କେତେ ପରିମାଣର ପ୍ରଭାବ ରହିଛି କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।

ସୂଚନା ଅନୁସାରେ, ଦକ୍ଷିଣ-ଆଣ୍ଡାମାନ ସାଗର ଓ ତାହାର ପାଶ୍ବବର୍ତ୍ତି ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଯାହା ଦ୍ୱାରା ବର୍ଷା ହେବାର ଆଶଙ୍କା କରାଯାଉଛି। ବର୍ଷା ହେଲେ ଶୀତର ପରିମାଣ ଆହୁରି ବୃଦ୍ଧି ହେବ ବୋଲି ଅନୁମାନ କରାଯାଉଛି।

Leave A Reply

Your email address will not be published.