Odisha Link
Bridging the Missing Links in Odisha

ଟନେଲ୍ ଟ୍ରାଜେଡି: ଏମ୍ସରୁ ଡିସ୍‌ଚାର୍ଜ ହେଲେ ସମସ୍ତ ୪୧ ଶ୍ରମିକ

ଓଏଲ୍‌ ବ୍ୟୁରୋ: ଉତ୍ତରାଖଣ୍ଡର ଉତ୍ତରକାଶୀ ଟନେଲରେ ଦୀର୍ଘ ୧୭ ଦିନ ହେଲା ଫସି ରହିଥିବା ୪୧ ଶ୍ରମିକ ଉଦ୍ଧାର ହୋଇଛନ୍ତି। ଅକ୍ଲାନ୍ତ ପରିଶ୍ରମ ଓ ସମଗ୍ର ଦେଶର ପ୍ରାର୍ଥନା କାମ ଦେଇଛି। ଟନେଲରୁ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି ଶ୍ରମିକ। ପର୍ଯ୍ୟାୟକ୍ରମେ ୫ ଜଣ ଓଡ଼ିଆ ଶ୍ରମିକଙ୍କ ସମେତ ୪୧ ଜଣ ଶ୍ରମିକଙ୍କୁ ପାଇପ ଯୋଗେ ବାହାରି କରାଯାଇଛି। ଉଦ୍ଧାର ୪୧ ଶ୍ରମିକଙ୍କ ଚାଲିଛି ସ୍ୱାସ୍ଥ୍ୟ ପରୀକ୍ଷା ହୋଇଥିଲା। ସ୍ୱାସ୍ଥ୍ୟାବସ୍ଥା ସ୍ଥିର ସତ୍ତ୍ୱେ ସମସ୍ତଙ୍କୁ ଋଷିକେଶ ଏମ୍ସକୁ ନିଆଯାଇଥିଲା। ବର୍ତ୍ତମାନ ଋଷିକେଶ ଏମ୍‌ସରୁ ସମସ୍ତ ୪୧ ଶ୍ରମିକ ଡିସ୍‌ଚାର୍ଜ ହୋଇଛନ୍ତି। ୪୧ ଶ୍ରମିକଙ୍କ ମଧ୍ୟରେ ଓଡ଼ିଶାର ୫ ଜଣ ଅଛନ୍ତି। ଆଜି ସମସ୍ତଙ୍କୁ ନିଜ ନିଜ ଘରକୁ ପଠାଯିବା ଯୋଜନା କରାଯାଉଛି।

ସୂଚନାଯୋଗ୍ୟ, ନଭେମ୍ବର ୧୨ ତାରିଖରୁ ଟନେଲ ଭିତରେ ଫସି ରହିଥିଲେ ୪୧ ଜଣ ଶ୍ରମିକ। ଯେଉଁଥିରେ ୫ ଜଣ ଓଡ଼ିଆ ମଧ୍ୟ ଥିଲେ। ୫ ଓଡ଼ିଆ ଶ୍ରମିକ ହେଲେ ମୟୂରଭଞ୍ଜ ବାଙ୍ଗିରିପୋଷି ବେଢାକୁଦର ବିଶ୍ୱେଶ୍ୱର ନାୟକ, ଭଦ୍ରକ ବାସୁଦେବପୁର ବ୍ଲକ ସାନକୃଷ୍ଣପୁରର ତପନ ମଣ୍ଡଳ, ନବରଙ୍ଗପୁରର ଭଗବାନ ଭତ୍ରା, କୁଳଡ଼ିହାର ରାଜୁ ନାୟକ ଓ ବଡ଼କୁଦାର ଧିରେନ। ଉଦ୍ଧାରକାରୀ ଦଳଙ୍କ ୧୭ ଦିନର ଅହରହ ପରିଶ୍ରମ ପରେ ବାହାର ଦୁନିଆ ଦେଖିଛନ୍ତି ୪୧ ଶ୍ରମିକ।ମଙ୍ଗଳବାର ସମସ୍ତଙ୍କ ପାଇଁ ଶୁଭ ସାବ୍ୟସ୍ତ ହୋଇଛି। ପୂରା ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ମେଡିକାଲ କ୍ୟାମ୍ପରୁ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଏଥି ପାଇଁ ସେମାନଙ୍କୁ ଏୟାରଲିଫ୍ଟ କରାଯାଇଥିଲା।

Leave A Reply

Your email address will not be published.