Odisha Link
Bridging the Missing Links in Odisha

ବାତ୍ୟା ଆଲର୍ଟ! ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଓଏଲ୍‌ ବ୍ୟୁରୋ: ପୁଣି ବଦଳିବ ପାଗ। ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ପଶ୍ଚିମ ଉତ୍ତର ଦିଗରେ ଗତି କରି ଅବପାତ ରୂପ ନେବ। ବାତ୍ୟା ପ୍ରଭାବରେ ରାଜ୍ୟରେ ୩ରୁ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଘନୀଭୂତ ହୋଇ ବାତ୍ୟା ସମ୍ଭାବନା ରହିଛି। ୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା। ୩ ତାରିଖ ସୁଦ୍ଧା ସୃଷ୍ଟି ହୋଇ ୪ ସକାଳେ ଉପକୂଳ ଛୁଇଁପାରେ। ଓଡ଼ିଶା ଉପକୂଳରେ ୩୫ରୁ ୫୫ କିମି ବେଗରେ ପବନ ବହିବ। ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ଉପକୂଳ ପାଖାପାଖି ପହଞ୍ଚିବା ସମ୍ଭାବନା ରହିଥିବା ନେଇ ବାତ୍ୟା ସଂପର୍କରେ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୁଦୃଶ୍ୟ ଲଘୁଚାପଟି ୨୪ ଘଣ୍ଟା ମଧ୍ୟରେ ଅବପାତ ରୂପ ନେବ। ପରବର୍ତ୍ତୀ ସମୟରେ ୩ ତାରିଖ ଦିନ ବାତ୍ୟାରେ ରୂପାନ୍ତରଣ ସମ୍ଭାବନା ରହିଛି। ତେବେ ଓଡ଼ିଶାରେ ଏହାର ପ୍ରଭାବ କେତେ ପରିମାଣର ରହିଛି କୌଣସି ସ୍ପଷ୍ଟ ସୂଚନା ମିଳିପାରିନଥିବାବେଳେ ସମ୍ଭାବ୍ୟ ବାତ୍ୟା ନେଇ ଏସ୍ଆରସି ୭ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି କରାଯାଇଛି। ଡିସେମ୍ବର ୧ ତାରିଖରୁ ସମୁଦ୍ରରେ ପବନ ବହିବ, ଆଶାନ୍ତ ରହିବ। ୧ ତାରିଖରୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ଯିବାକୁ ବାରଣ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ଭିତରେ ଅଛନ୍ତି ୧ ପୂର୍ବରୁ ଫେରିବାକୁ ପରାମର୍ଶ ଦିଆଯାଇଛି। ସମ୍ପୃକ୍ତ ବିଭାଗର ସଚିବଙ୍କୁ ମଧ୍ୟ ଏହା ଉପରେ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଚାଷୀଙ୍କୁ ସତର୍କ କରାଇବା ପାଇଁ କୃଷି ବିଭାଗକୁ ଏସ୍ଆରସିଙ୍କ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.