Odisha Link
Bridging the Missing Links in Odisha

ଆଜି ଲ୍ୟାଣ୍ଡଫଲ କରିବ ବାତ୍ୟା ‘ମିଗ୍‌ଜାଉଁ’; କୋରାପୁଟରେ ପ୍ରବଳ ବର୍ଷା

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ଭୀଷଣ ବାତ୍ୟାର ରୂପ ନେଲା ‘ମିଗ୍‌ଜାଉଁ’। ଆନ୍ଧ୍ର ଉପକୁଳ ବାପାଟଲାରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏବେ ୯ କିଲୋମିଟର ବେଗରେ ଗତି କରୁଛି। ଏବେ ଉତର-ଉତର ପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା। ନେଲୋରରୁ ୩୦ କିଲୋମିଟର ଓ ବାପାଟଲାରୁ ୧୩୦କିଲୋମିଟର ଦୂରରେ ରହିଛି। ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟା ପ୍ରତି ପବନର ବେଗ ୧୦୦ କିଲୋମିଟର ରହିବ। ପବନର ଝଟକା ୧୨୦ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ। ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍‌ କରିପାରେ।

ବାତ୍ୟା ‘ମିଗ୍‌ଜାଉଁ’ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଜୋରରେ ପବନ ବହିବାର ଆଶଙ୍କା ରହିଥିବାବେଳେ ଏହା ପ୍ରଭାବରେ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଜିଲ୍ଲାରେ ୧୧୫. ୬ ମିଲିମିଟର ବର୍ଷା ହୋଇଥିବା ସୂଚନା ରହିଛି। ନାରାୟଣପାଟଣା ଓ ପଟ୍ଟାଙ୍ଗୀ ବ୍ଲକରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ବର୍ଷା ଓ ପବନ ଯୋଗୁଁ ପାଚିଲା ଧାନ, ପରିବା ନଷ୍ଟ ହୋଇପାରେ ମତ୍ସ୍ୟଜୀବୀମାନେ ୬ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯାଆନ୍ତୁନି ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

Leave A Reply

Your email address will not be published.