Odisha Link
Bridging the Missing Links in Odisha

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ସହଜ ଉପାୟ; ପରୀକ୍ଷା ପୂର୍ବରୁ ପଠାଗଲା ନମୁନା ପ୍ରଶ୍ନପତ୍ର

ଓଏଲ୍‌ ବ୍ୟୁରୋ: ମାଟ୍ରିକ ପରୀକ୍ଷାର୍ଥୀଙ୍କ ଭୟ କମାଇବା ପାଇଁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇଛି। ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ସାମ୍ପଲ ପ୍ରଶ୍ନପତ୍ର ପଠାଇ ଛାତ୍ରଛାତ୍ରୀଙ୍କୁ ବିତରଣ ଲାଗି ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶ ଦେଇଛି। ପ୍ରଚଳିତ ପରୀକ୍ଷା ପଦ୍ଧତି ମୁତାବକ ୭ଟି ବିଷୟରେ ତିଆରି ହୋଇଛି ଗୋଟିଏ ଲେଖାଏଁ ସେଟ୍।

ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୨୦୨୪ ଦଶମ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇଛି। ଏହି ପ୍ରଶ୍ନପତ୍ର ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରିବାକୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦେଶକ ସୁଶାନ୍ତ କୁମାର ଦାଶ ଏନେଇ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି।

ବର୍ତ୍ତମାନ ପ୍ରଚଳିତ ପରୀକ୍ଷା ପଦ୍ଧତି ମୁତାବକ ନମୁନା ପ୍ରଶ୍ନପତ୍ର ତିଆରି ହୋଇଛି। ଓଡ଼ିଆ, ଇଂରାଜୀ, ହିନ୍ଦୀ, ସଂସ୍କୃତ, ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ ବିଷୟର ଗୋଟିଏ ଲେଖାଏଁ ସେଟ୍‌ ନମୁନା ପ୍ରଶ୍ନପତ୍ର ପଠାଯାଇଛି। ବାର୍ଷିକ ପରୀକ୍ଷାରେ ସମାନ ଢଙ୍ଗର ପ୍ରଶ୍ନପତ୍ର ପଡ଼ିବ। ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଆଗକୁ ଦେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ଏହି ପ୍ରଶ୍ନପତ୍ର ସହାୟକ ହେବ।

Leave A Reply

Your email address will not be published.