Odisha Link
Bridging the Missing Links in Odisha

ଆଜିଠୁ ଦେବ ଦୀପାବଳି; ଦୀପରେ ଝଲସିବ ଶ୍ରୀକ୍ଷେତ୍ର

ଓଏଲ୍‌ ବ୍ୟୁରୋ: ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଦେବ ଦୀପାବଳି ଉତ୍ସବ। ଏଥିପାଇଁ ବଡ଼ ଦେଉଳରେ ଦେଖିବାକୁ ମିଳିଛି ପ୍ରବଳ ଭିଡ଼। ତିନି ଦିନ ଧରି ପୁରୀରେ ଘରେ ଘରେ ହେବ ଦୀପ ପ୍ରଜ୍ୱଳନ। ଆସନ୍ତାକାଲି ବଡଦାଣ୍ଡରେ ହେବ ସମୂହ ଦୀପଦାନ। ଓଡ଼ିଶା ଇଣ୍ଟରନ୍ୟାସନାଲ ସେଣ୍ଟର ଓ ଛତିଶାନିଯୋଗ ପକ୍ଷରୁ ୧ ଲକ୍ଷ ଦୀପ ପ୍ରଜ୍ୱଳନ ହେବ। ଏଥିରେ ଭକ୍ତଙ୍କ ସହ ବିଭିନ୍ନ ସାମାଜିକ ଅନୁଷ୍ଠାନ ଓ ସ୍ୱେଚ୍ଛାସେବୀ ସଙ୍ଗଠନ ସାମିଲ ହେବେ। ବିଶ୍ୱର ମଙ୍ଗଳ କାମନା କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୂହ ଦୀପଦାନ କରାଯିବ।

ମାର୍ଗଶୀର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥିରୁ ଆରମ୍ଭ ହୁଏ ଦେବ ଦୀପାବଳି ଉତ୍ସବ। ପିତୃପୁରୁଷଙ୍କୁ ପିଣ୍ଡ ଅର୍ପଣ କରିବେ ମହାପ୍ରଭୁ। ଏହି ଅବସରରେ ଶ୍ରୀବିଗ୍ରହଙ୍କ ଶ୍ରାଦ୍ଧ ବେଶ ଅନୁଷ୍ଠିତ ହେବ। ୧୨ ତାରିଖ ସନ୍ଧ୍ୟା ୫ଟାରୁ ରାତି ୭ଘଟିକା ପର୍ଯ୍ୟନ୍ତ ପବିତ୍ର ଦେବ ଦୀପାବଳୀ ଅବସରରେ ଏହି ଦୀପଦାନ କାର୍ଯ୍ୟକ୍ରମ ହେବ। ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୂହ ଦୀପଦାନ କରାଯିବ।ଏହି ଅବସରରେ ଏକଲକ୍ଷ ଦୀପଶିଖାରେ ଝଲସିବ ଶ୍ରୀକ୍ଷେତ୍ରର ବଡ଼ଦାଣ୍ଡ। ଶ୍ରୀମନ୍ଦିର ସିଂହଦ୍ୱାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ଦାଣ୍ଡ ଦୀପମୟ ହେବ।

Leave A Reply

Your email address will not be published.