Odisha Link
Bridging the Missing Links in Odisha

ବଢ଼ିଲା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧି: ଆଉ ୫ ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ହୋଇଛି। ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ। ରାଜ୍ୟର ଜଣେବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନହୁଏ ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି। ଯୋଜନାର ଅବଧି ଆଉ ୫ ବର୍ଷ ବଢିବା ଦ୍ୱାରା ଏହି ହିତାଧିକାରୀମାନେ ୨୦୨୪ ଜାନୁଆରୀ ୧ ଠାରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ।

Leave A Reply

Your email address will not be published.