Odisha Link
Bridging the Missing Links in Odisha

ରାଜ୍ୟରେ ଶୀତର ପ୍ରକୋପ; ଶ୍ରୀମନ୍ଦିରରେ ଶୀତନୀତି ଆରମ୍ଭ

ଓଏଲ୍‌ ବ୍ୟୁରୋ: ଶୀତରେ ଥରୁଛନ୍ତି ଶ୍ରୀଜିଉ। ରାତିରେ ଖସୁଛି ପାରଦ, ବଢ଼ୁଛି ଶୀତ। ସକାଳୁ ସକାଳୁ ଘରୁ ବାହାରିବା ହୋଇପଡ଼ୁଛି ମୁସ୍କିଲ। ଓଃ କି ଶୀତ…ଜାଡର ପରିମାଣ ଏତେ ବୃଦ୍ଧି ପାଇଛି। ସମସ୍ତଙ୍କ ପାଟିରୁ ଖାଲି ଓଃ କି ଶୀତ.. ରାଜ୍ୟରେ କମୁଛି ରାତି ତାପମାତ୍ରା ଏବଂ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଶ୍ରୀମନ୍ଦିରରେ ଶୀତନୀତି ଆରମ୍ଭ ହୋଇଛି। ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଓଢଣ ଷଷ୍ଠୀ ନୀତି। ଶୀତ ଦାଉରୁ ରକ୍ଷା ପାଇବା ପାଇଁ ମାନବୀୟ ଲୀଳାକ୍ରମରେ ଶ୍ରୀଜୀଉ ଏହି ଘୋଡ଼ ବା ଶୀତବସ୍ତ୍ର ପରିଧାନ କରିଥାନ୍ତି। ଏହି ଅବସରରେ ଶ୍ରୀଜୀଉମାନଙ୍କୁ ଘୋଡଲାଗି କରାଯିବ।

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ସକାଳ ଧୂପବଢିବା ପରେ ମଇଲମ କରାଯାଇ ପୂର୍ବ ରାତିରୁ ଭୋଗମଣ୍ଡପ ପରେ ଅଧିବାସିତ ହୋଇଥିବା ଘୋଡମାନଙ୍କୁ ଘଣ୍ଟା, ଛତା, କାହାଳୀ ସହ ପଟୁଆରରେ ବଡଦେଉଳକୁ ତିନି ଘେରା ପ୍ରଦକ୍ଷିଣ କରାଇ ରତ୍ନସିଂହାସନକୁ ବିଜେ କରାଯିବ। ସିଂହାସନରେ ଠାକୁରମାନଙ୍କର ପାଗ ଓ ଘୋଡ ଲାଗି ବଢିବାପରେ ଛଅ ମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ପରେ ପ୍ରସାଦ ଲାଗି ସହ ତିନିବାଡ଼ରେ ବନ୍ଦାପନା କରାଯିବ।

Leave A Reply

Your email address will not be published.