Odisha Link
Bridging the Missing Links in Odisha

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ: ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବାବେଳେ ଏହି ବୈଠକରେ ଗରୁତ୍ୱପୂର୍ଣ ପ୍ରସ୍ତାବରେ ମୋହର ଲାଗିପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକାଧିକ ପ୍ରସ୍ତାବକୁ ମିଳିପାରେ କ୍ୟାବିନେଟ ମଞ୍ଜୁରୀ। ଐତିହ୍ୟ କ୍ଷେତ୍ରର ବିକାଶ ନେଇ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯିବ।

ନିକଟରେ ରାଜ୍ୟସରକାର ମେଟ୍ରୋ ପ୍ରକଳ୍ପ ପାଇଁ ଅର୍ଥ ବ୍ୟୟ ବରାଦ କରିବା ସହ ଡିପିଆର୍କୁ ମଧ୍ୟ ଅନୁମୋଦନ ଦେଇଛନ୍ତି। ୪ ବର୍ଷ ଭିତରେ ମେଟ୍ରୋ ପ୍ରକଳ୍ପକୁ ଶେଷ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ତେଣୁ କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ। ଏହା ସହ କୃଷି, ସ୍ବାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ଦକ୍ଷତା ବିକାଶ ଭଳି ବିଭିନ୍ନ ବିଭାଗର ୧୨ରୁ ଅଧିକ ପ୍ରସ୍ତାବ ଆସିପାରେ।

Leave A Reply

Your email address will not be published.