Odisha Link
Bridging the Missing Links in Odisha

ଆଜି ଚାରିଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିରରେ ଆଜି ଚାରିଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ। ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ପାଇଁ ଚାରି ଘଣ୍ଟା ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Leave A Reply

Your email address will not be published.