Odisha Link
Bridging the Missing Links in Odisha

ଆସନ୍ତା ୨୬ରେ ବିଜେଡିର ପ୍ରତିଷ୍ଠା ଦିବସ; ପ୍ରତି ନିର୍ବାଚନ ମଣ୍ଡଳୀରେ ହେବ ପାଳନ

ଓଏଲ୍‌ ବ୍ୟୁରୋ: ଆସନ୍ତା ଡିସେମ୍ବର ୨୬ରେ ବିଜେଡିର ତାର ୨୭ତମ ପ୍ରତିଷ୍ଠା ଦିବସ ପାଳନ କରିବ। ଏଥିପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ତେବେ ପ୍ରତିଷ୍ଠା ଦିବସ ସବୁ ନିର୍ବାଚନ ମଣ୍ଡଳୀରେ ପାଳନ ହେବ ନେଇ ଖବର ସାମ୍ନାକୁ ଆସିଛି। ପ୍ରତି ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରତିଷ୍ଠା ଦିବସ ପାଳନ ହେବ। ୨୭ତମ ପ୍ରତିଷ୍ଠା ଦିବସ ନେଇ ଉପସଭାପତି ଦେବୀ ମିଶ୍ର ସୂଚନା ଦେଇଛନ୍ତି। ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟ ସହ ଆନନ୍ଦ ଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ହେବ ବୋଲି ବିଜୁ ଜନତା ଦଳର ଉପସଭାପତି ଦେବୀ ମିଶ୍ର ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ, ବିଜେଡିର ପ୍ରତିଷ୍ଠା ଦିବସ ଅବସରରେ ଦଳ ବ୍ୟାପକ ସାମାଜିକ କାର୍ଯ୍ୟକ୍ରମ ଆୟୋଜନ କରିବ। ଗଣଦୌଡ଼ ସହ ଜୀବନ ବିନ୍ଦୁ ରକ୍ତଦାନ ଶିବିର, ବୃକ୍ଷରୋପଣ ଭଳି କାର୍ଯ୍ୟକ୍ରମ କରାଯିବ। ୨୬ ବର୍ଷ ଅବସରରେ ୨୬ ହଜାର ୟୁନିଟ ରକ୍ତ ସଂଗ୍ରହ ପାଇଁ ଲକ୍ଷ୍ୟ ରଖାଯାଇଛି। ଯୁବ ଓ ଛାତ୍ର କର୍ମକର୍ତ୍ତାଙ୍କ ନେତୃତ୍ବରେ କଟକ ଆନନ୍ଦ ଭବନରୁ ଶଙ୍ଖ ଭବନ ଯାଏଁ ସାଇକେଲ ରାଲି ଅନୁଷ୍ଠିତ ହେବ। ପ୍ରତି ବ୍ଲକ ଓ ନଗରରେ ସଭା ଜରିଆରେ ନବୀନ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଆଲୋଚନା ହୋଇଛି।

Leave A Reply

Your email address will not be published.