Odisha Link
Bridging the Missing Links in Odisha

ଏଏସ୍‌ଓ ପରୀକ୍ଷା ଅନିୟମିତତା ମାମଲା: ହାଇକୋର୍ଟ ଦେଲେ ବଡ଼ ରାୟ

ଓଏଲ୍ ବ୍ୟୁରୋ: ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସଓ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଦ୍ୱାରା ଆୟୋଜିତ ଏଏସ୍‌ଓ ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ କୋର୍ଟରେ ମାମଲା ହୋଇଥିଲା। ଏହି ଘଟଣାକୁ ନେଇ ହାଇକୋର୍ଟରେ ରିଟ୍ ଆବେଦନ ଶୁଣାଣି ହୋଇଛି। ଏହା ସହ ରିଭ୍ୟୁ ଆବେଦନର ଶୁଣାଣି ଶେଷ ହୋଇଛି। ଏପରିକି ପୂର୍ବ ରାୟକୁ ହାଇକୋର୍ଟ କାଏମ ରଖିଛନ୍ତି।

୧୧୦୪ ଜଣଙ୍କ ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ। ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି ବୋଲି ହାଇକୋର୍ଟ କହିଛନ୍ତି। ଯେଉଁଠୁ ପ୍ରକ୍ରିୟା ବନ୍ଦ ସେଠାରୁ ଚାଲୁ ରଖିବାକୁ ଓଡ଼ିଶା ପବ୍ଲିକ ସର୍ଭିସ୍ କମିସନ୍ କୁ ନିର୍ଦ୍ଦେଶ ଦିଆଯାଇଛି। ଜଣକିଆ ଖଣ୍ଡପୀଠଙ୍କ ରାୟକୁ ଖାରଜ କଲେ ୨ ଜଣିଆ ଖଣ୍ଡପୀଠ।

ସୂଚନା ଅନୁସାରେ, ୭୯୬ ଏଏସଓ ପଦ ପାଇଁ ୨୦୨୨, ଅଗଷ୍ଟ ୨୭ ତାରିଖରେ ଲିଖିତ ପରୀକ୍ଷା ହୋଇଥିଲା। ମୋଟ୍ ୧ଲକ୍ଷ ୪୮ହଜାର ୮୮୮ଜଣ ପ୍ରାର୍ଥୀ ପରୀକ୍ଷା ଦେଇଥିଲେ। ପରୀକ୍ଷା ଆରମ୍ଭରୁ ହିଁ ବିବାଦ ଆରମ୍ଭ ହୋଇଥିଲା। ଏନେଇ ପୂର୍ବରୁ ହାଇକୋର୍ଟରେ ଏକାଧିକ ମାମଲା ଦାୟର ହୋଇଥିଲା। ହାଇକୋର୍ଟଙ୍କ ନଭେମ୍ବର ୧୪ର ରାୟ ଅନୁସାରେ୨୦୧୬, ସେପ୍ଟେମ୍ବର ୩ର ବିଜ୍ଞପ୍ତି ଓପିଏସି ପରୀକ୍ଷାଫଳ ପ୍ରକାଶ କରିଥିଲା। ସେମାନଙ୍କ ଭିତରୁ ୧୧୦୪ଜଣ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ୨୦୨୨, ନଭେମ୍ବର ୭ରେ ଓପିଏସସି ବିଜ୍ଞପ୍ତି ପ୍ରକାଶ କରିଥିଲା। ଏହି ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ କୋର୍ଟରେ ମାମଲା ହୋଇଥିଲା।

Leave A Reply

Your email address will not be published.