Odisha Link
Bridging the Missing Links in Odisha

ପଦ୍ମପୁରକୁ ମିଳିଲା ପ୍ରଥମ ଏଡିଏମ୍

ଓଏଲ୍‌ ବ୍ୟୁରୋ: ଖୁବଶୀଘ୍ର ପଦ୍ମପୁରବାସୀଙ୍କ ସ୍ବପ୍ନ ସାକାର ହେବାକୁ ଯାଉଛି। କାରଣ ଜିଲ୍ଲା ସ୍ବପ୍ନ ସାକାର ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁରରେ ପ୍ରଥମ ଏଡିଏମ୍‌ଙ୍କୁ ନିଯୁକ୍ତ କରିଛନ୍ତି। ଅତିରିକ୍ତ ଜିଲ୍ଲାପାଳ ପଦବୀକୁ ଅନୁମୋଦନ କରିଛନ୍ତି ରାଇଜ ମୁଖିଆ। ୨୦୨୦ ବ୍ୟାଚ୍‌ର ଭାରତୀୟ ପ୍ରଶାସନିକ ଅଧିକାରୀ ଚଭନ କୁନାଲ ମୋତିରାମଙ୍କୁ ପଦ୍ମପୁରର ପ୍ରଥମ ଏଡିଏମ୍ ଭାବେ ନିଯୁକ୍ତି ମିଳିଛି।

ଚଭନ କୁନାଲ ମୋତିରାମଙ୍କୁ ପଦ୍ମପୁରର ପ୍ରଥମ ADM ଭାବେ ନିଯୁକ୍ତି ମିଳିଛି। ଚଭନ କୁନାଲ ଏବେ ବାଲେଶ୍ବରରେ ସବ-କଲେକ୍ଟର ଅଛନ୍ତି। ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବାବେଳେ ଏଥିପାଇଁ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି।

ପଦ୍ମପୁରରେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥାପନ ପାଇଁ ସ୍ଥାନ ଚିହ୍ନଟ ହୋଇଛି। ଆରଡିସି ସୁରେଶ ଚନ୍ଦ୍ର ଦଳାଇ ପଦ୍ମପୁରରେ ପହଞ୍ଚି ବିଭିନ୍ନ ସ୍ଥାନ ବୁଲି ଦେଖିଥିଲେ। ଆରିଡିସିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଜମି ନିରୂପଣରେ ସାମିଲ ହୋଇଥିଲେ। ଉପଜିଲ୍ଲାପାଳ ଓ ଆରଆଇଙ୍କ ଉପସ୍ଥିତିରେ ୩ଟି ସ୍ଥାନ ପରିଦର୍ଶନ କରି ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି। ଜିଲ୍ଲା ଗଠନ ପ୍ରକ୍ରିୟା ତ୍ବରାନ୍ବିତ ହୋଇଥିବାରୁ ପଦ୍ମପୁରବାସୀଙ୍କ ମନରେ ଉତ୍ସାହ ଦେଖାଦେଇଛି।

Leave A Reply

Your email address will not be published.