Odisha Link
Bridging the Missing Links in Odisha

ଆଜିଠୁ +୨ ପ୍ରାକ୍ଟିକାଲ ପରୀକ୍ଷା; ଫେବ୍ରୁଆରୀ ୧୬ରୁ ଥିଓରୀ

ଓଏଲ୍‌ ବ୍ୟୁରୋ: ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା। ଫେବ୍ରୁଆରୀ ୧୬ରେ ଯୁକ୍ତ ଦୁଇ ପରୀକ୍ଷା ହେବ। ଯୁକ୍ତ ଦୁଇ ବିଜ୍ଞାନ, କଳା ଓ ବାଣିଜ୍ୟ ପ୍ରାକ୍ଟିକାଲ ସହ ଧନ୍ଦାମୂଳକ ପାଠ୍ୟକ୍ରମର ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରତିଦିନ ଗୋଟିଏ ସିଟିଂରେ ଦିନ ୧୦ ଟା ରୁ ୧ଟା ପର୍ଯ୍ୟନ୍ତ ହେବ ପରୀକ୍ଷା। ଫେବୃଆରୀ ୧୬ରୁ ଯୁକ୍ତ ୨ ବୋର୍ଡ ପରୀକ୍ଷା ଅନୁଷ୍ଠିତ ହେବ। ୧୬ ତାରିଖରୁ ବିଜ୍ଞାନ ଓ ୧୭ରୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ। ଚଳିତବର୍ଷ ମୋଟ ୩ଲକ୍ଷ ୮୪ ହଜାର ୯୭ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। କପି ରୋକିବା ପାଇଁ ବୋର୍ଡ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି।

ସୂଚନା ଅନୁଯାୟୀ, ମାର୍ଚ୍ଚ ୧୩ ଯାଏଁ ଯୁକ୍ତ ୨ ପରୀକ୍ଷା ଚାଲିବ। ଏପ୍ରିଲ ଶେଷ କିମ୍ବା ମେ ପ୍ରଥମ ସପ୍ତାହରେ ରେଜଲ୍ଟ ପ୍ରକାଶ ପାଇବ। ୨୦୨୩-୨୪ ଶିକ୍ଷାବର୍ଷ ଲାଗି ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଯେଉଁଥିରେ ଯୁକ୍ତ ଦୁଇ ଲାଗି ଦୁଇ ବର୍ଷର ପାଠ୍ୟକ୍ରମ ସହ ପରୀକ୍ଷା ତାରିଖ ଏବଂ ଫଳାଫଳ ତାରିଖ ମଧ୍ୟ ସୂଚୀରେ ଉଲ୍ଲେଖ ରହିଛି।

Leave A Reply

Your email address will not be published.