Odisha Link
Bridging the Missing Links in Odisha

ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି

ଓଏଲ୍‌ ବ୍ୟୁରୋ: ଭୁବନେଶ୍ୱର ପାଣ୍ଡରା ସ୍ଥିତ ହାଇଟେକ୍ ହସ୍ପିଟାଲରେ ଡିସେମ୍ବର ୨୯ରେ ବିସ୍ଫୋରଣ ଘଟଣା ସାମ୍ନାକୁ ଆସିଥିଲା। ଏହି ବିସ୍ଫୋରଣରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଆଜି ଆଉ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାଁ ଶ୍ରୀତମ ସାହୁ ଏବଂ ତାଙ୍କ ଘର ପୁରୀ ଜିଲ୍ଲା ଡେଲାଙ୍ଗର ଚାଇଁପୁର ଗାଁରେ। ଶ୍ରୀତମଙ୍କୁ ମିଶାଇ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଛି।

ସୂଚନା ଅନୁସାରେ, ଡିସେମ୍ବର ୨୯ରେ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ ହୋଇଥିଲା। ହସ୍ପିଟାଲ ପରିସରରେ ଏସି ଗ୍ୟାସ୍‌ ଫିଲିଂ କରାଯାଉଥିବାବେଳେ ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ୪ ଜଣ ଗୁରୁତର ଆହତ ହୋଇଥିଲେ। ତେବେ ଏହି ବିସ୍ଫୋରଣର ଦୁଇ ଦିନ ପରେ ଜଣଙ୍କର ମୃତ୍ୟୁ ହୋଇଥିଲା। ତେବେ ଏବେ ବି ଦୁଇ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।

Leave A Reply

Your email address will not be published.