Odisha Link
Bridging the Missing Links in Odisha

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀବିଗ୍ରହଙ୍କ ଦର୍ଶନ। ପୌଷ କୃଷ୍ଣ ସପ୍ତମୀ ତିଥିରେ ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହୁଏ। ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି।

ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ଣ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.