Odisha Link
Bridging the Missing Links in Odisha

୧୮ଟି ବ୍ଲକରେ ଖୋଲିବ +୩ କଲେଜ; ଚଳିତ ଶିକ୍ଷାବର୍ଷରୁ ହେବ ଶିକ୍ଷାଦାନ

ଓଏଲ୍‌ ବ୍ୟୁରୋ: ଶିକ୍ଷାରେ ସମାନତା ଓ ଉତ୍କର୍ଷ ଆଣିବା ସହ ଶିକ୍ଷାକୁ ସୁଦୂର ପ୍ରସାରୀ କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଏକ ନିଷ୍ପତି ନିଆଯାଇଛି। ମହାବିଦ୍ୟାଳୟ ନଥିବା ୧୮ଟି ବ୍ଲକରେ ଖୋଲିବ +୩ କଲେଜ୍। ନବରଙ୍ଗପୁରର ୪ଟି ଓ କୋରାପୁଟର ୨ଟି ବ୍ଳକରେ ଖୋଲିବ।

ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ମହାବିଦ୍ୟାଳୟ ନଥିବା ୧୮ ଗୋଟି ବ୍ଲକରେ କଳା ବିଭାଗର ସ୍ନାତକ ସ୍ତରୀୟ (ଯୁକ୍ତ-୩) ମହାବିଦ୍ୟାଳୟ ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି। ୨୦୨୪-୨୫ ଶିକ୍ଷାବର୍ଷରୁ ଏହି ମହାବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ ଆରମ୍ଭ କରାଯିବ। ମହାବିଦ୍ୟାଳୟଗୁଡ଼ିକର ନିଜସ୍ୱ ଭିତ୍ତିଭୂମି ବିକାଶ ନହେବା ପର୍ଯ୍ୟନ୍ତ ଅସ୍ଥାୟୀ ଗୃହରେ ଶିକ୍ଷାଦାନ କରାଯିବ।

Leave A Reply

Your email address will not be published.