Odisha Link
Bridging the Missing Links in Odisha

ପୁଣି ଚଳଚଞ୍ଚଳ ହେବ ରାଜଧାନୀ; କାଲିଠୁ ଶିଶିର ସରସ ମେଳା

ଓଏଲ୍‌ ବ୍ୟୁରୋ: ପୁଣି ଚଳଚଞ୍ଚଳ ହେବ ରାଜଧାନୀ ଭୁବନେଶ୍ୱର। ଜାନୁଆରୀ ୬ ତାରିଖରୁ ଆରମ୍ଭ ହେବ ଜାତୀୟସ୍ତରୀୟ ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଦ୍ୟ ମେଳା ଶିଶିର ସରସ- ୨୦୨୪। ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡିଆରେ ୧୫ ତାରିଖ ପର୍ଯ୍ୟନ୍ତ ସକାଳ ୧୧ଟା ୩୦ ରୁ ରାତି ୯ ଟା ପର୍ଯ୍ୟନ୍ତ ଚାଲିବ ମେଳା। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧିନସ୍ଥ ଓରମାସ ଦ୍ବାରା ଆୟୋଜିତ ଏହି ମେଳାକୁ ମୁଖ୍ୟମନ୍ତ୍ରୀ ଉଦଘାଟନ କରିବେ। ଏହି ଜାତୀୟସ୍ତରୀୟ ମେଳାରେ ମୋଟ ୪ଶହ ଟି ଷ୍ଟଲ ଖୋଲାଯିବ।

ଓଡ଼ିଶାର ୩୦ ଜିଲ୍ଲାରୁ ମହିଳା ସ୍ବୟଂସହାୟକ ଗୋଷ୍ଠୀ ଏବଂ ୨୬ଟି ରାଜ୍ୟର ଉଦ୍ୟୋଗୀଙ୍କ ହାତ ତିଆରି ହସ୍ତଶିଳ୍ପ, ହସ୍ତତନ୍ତ ଓ ଖାଦ୍ୟ, ମସଲା ସାମଗ୍ରୀ ଉପଲବଧ ହେବ। ସେହିପରି ୨୦ଟି ଷ୍ଟଲକୁ ନେଇ ସ୍ୱତନ୍ତ୍ର ଫୁଡ୍ କୋର୍ଟ ସହ, ସେଲଫି ପଏଣ୍ଟ, ଓରମାସର ମାର୍କେଟିଂ, ଲାଇଭଲି ହୁଡସ୍ ଓ ଦକ୍ଷତା ବିକାଶ ଆଦି କାର୍ଯ୍ୟକ୍ରମକୁ ନେଇ ସ୍ୱତନ୍ତ୍ର ଥିମ୍ ଷ୍ଟଲର ବନ୍ଦୋବସ୍ତ କରାଯାଇଛି। ମେଳାରେ ଓପନ କୁଇଜ, ଛାତ୍ରଛାତ୍ରୀମାନଙ୍କ ପାଇଁ ଚିତ୍ରାଙ୍କନ ପ୍ରତିଯୋଗିତା ସହ ଅନେକ ମନୋରଞ୍ଜନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ମେଳାକୁ ଯଥା ସମ୍ଭବ ପଲିଥିନ ମୁକ୍ତ ନିଷିଦ୍ଧାଞ୍ଚଳ କରିବା ପାଇଁ ଉଦ୍ୟମ ହେବ ବୋଲି ମେଳା ଆୟୋଜକଙ୍କ ତରଫରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.