Odisha Link
Bridging the Missing Links in Odisha

ଚଳଚଞ୍ଚଳ ଶ୍ରୀକ୍ଷେତ୍ର; ଅନ୍ତିମ ପର୍ଯ୍ୟାୟରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ

ଓଏଲ୍‌ ବ୍ୟୁରୋ: ରୂପାନ୍ତରଣର ସ୍ପର୍ଶରେ ସଜେଇ ହେଉଛି ଶ୍ରୀକ୍ଷେତ୍ର। ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଉତ୍ସବ ମୁଖର ଜଗନ୍ନାଥ ଧାମ। ପୁରୀସ୍ଥିତ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିର ଚାରିପାଶ୍ୱର୍ରେ ଚାଲିଥିବା ପରିକ୍ରମା ପ୍ରକଳ୍ପ(ଐତିହ୍ୟ କରିଡର)ର ନିର୍ମାଣ କାର୍ଯ୍ୟ ଚଳିତମାସ ୧୧ତାରିଖ ସୁଦ୍ଧା ଶେଷ ହେବ। ଆଉ ସୁରକ୍ଷା ଦୃଷ୍ଟିରୁ ୧୪ତାରିଖରୁ ସମ୍ପୂର୍ଣ୍ଣ ଅଂଚଳକୁ ପୁରୀ ପୁଲିସ ନିଜ ନିୟନ୍ତ୍ରଣକୁ ନେବ। ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି।

ସେହିପରି ଜାନୁଆରୀ ୧୪ରୁ ସମ୍ପୂର୍ଣ୍ଣ ପୁରୀ ସହରର ସୁରକ୍ଷା ପାଇଁ ପୁଲିସ ନିଜ ନିୟନ୍ତ୍ରଣକୁ ନେବ। ପରିକ୍ରମା ପ୍ରକଳ୍ପ ୧୭ତାରିଖରେ ଲୋକାର୍ପଣ ହେବ। ଏହି ଉଦଘାଟନ ସମାରୋହରେ ସାମିଲ ହେବାକୁ ରାଜ୍ୟ ତଥା ଦେଶର ବିଭିନ୍ନ ଭାଗରୁ ଆସୁଥିବା ଶ୍ରଦ୍ଧାଳୁ, ପର୍ଯ୍ୟଟକମାନଙ୍କ ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉଛି। ବଡ଼ଦାଣ୍ଡର ଉଭୟ ପାଶ୍ୱର୍ରେ ଥିବା କୋଠାର ଛାତ ଉପରେ ବସିବାର ବ୍ୟବସ୍ଥା ହେବ।

ଅନ୍ୟପଟେ, ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଦିବସ ପାଇଁ ନିମନ୍ତ୍ରଣ ଆରମ୍ଭ ହୋଇଛି। ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣ କରାଯାଇଛି। ଶ୍ରୀମନ୍ଦିର ପ୍ରରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ନିମନ୍ତ୍ରଣ। ଛତିଶଗଡ ରାୟପୁରରେ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ଗଜପତି ମହାରାଜ ନିମନ୍ତ୍ରଣ ଦେଇଛନ୍ତି।

Leave A Reply

Your email address will not be published.