Odisha Link
Bridging the Missing Links in Odisha

ଫେବୃଆରୀ ୩ରୁ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ; ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀ ମାସରେ ଅନୁଷ୍ଠିତ ହେବ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ। ଫେବ୍ରୁଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଚାଲିବ ଓଡ଼ିଆ ଭାଷା ସମ୍ମିଳନୀ। ଏହି ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି। ଏଥିପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି। ଏହାର ଟ୍ୟାଗଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍‍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଁ ଆଶା କରୁଛି।