Odisha Link
Bridging the Missing Links in Odisha

ଲୋକାର୍ପିତ ହେଲା ଭାରତର ଦୀର୍ଘତମ ସମୁଦ୍ର ପୋଲ; ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଭାରତର ଦୀର୍ଘତମ ସମୁଦ୍ର ପୋଲ ମୁମ୍ବାଇ ଟ୍ରାନ୍ସ ହାର୍ବର ଲିଙ୍କ୍ (ଏମ୍‌ଟିଏଚ୍ଏଲ୍) ଆଜି ଉଦ୍‌ଘାଟନ ହୋଇଛି। ଏହି ପୋଲ ଉପରେ ଚାରିଚକିଆ ଯାନର ସର୍ବାଧିକ ବେଗ ଘଣ୍ଟା ପ୍ରତି ୧୦୦ କିଲୋମିଟର ଥିବା ବେଳେ ବାଇକ୍, ଅଟୋରିକ୍ସା ଏବଂ ଟ୍ରାକ୍ଟରକୁ ସମୁଦ୍ର ବ୍ରିଜ୍ ଉପରେ ଯିବାକୁ ଅନୁମତି ଦିଆଯିବ ନାହିଁ। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ‘ଅଟଳ ସେତୁ’ ଭାବେ ନାମିତ ଏହି ଏମ୍‌ଟିଏଚ୍ଏଲ୍‌କୁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ଘାଟନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଥିଲା।

ଏହି ପୋଲ ଉପରେ ଚାରିଚକିଆ ଯାନର ସର୍ବାଧିକ ବେଗ ଘଣ୍ଟା ପ୍ରତି ୧୦୦ କିଲୋମିଟର ଥିବା ବେଳେ ବାଇକ୍, ଅଟୋରିକ୍ସା ଏବଂ ଟ୍ରାକ୍ଟରକୁ ସମୁଦ୍ର ବ୍ରିଜ୍ ଉପରେ ଯିବାକୁ ଅନୁମତି ଦିଆଯିବ ନାହିଁ। ସେତୁ ଉପରେ ଚଢ଼ିବା ଓ ବାହାରିବା ସମୟରେ ବେଗ ଘଣ୍ଟା ପ୍ରତି ୪୦ କିଲୋମିଟର ରହିବ। ଏହି ପୋଲ ଦ୍ୱାରା ମୁମ୍ବାଇ ଏବଂ ନଭି ମୁମ୍ବାଇ ମଧ୍ୟରେ ଯାତ୍ରା ସମୟ ପ୍ରାୟ ୨ ଘଂଟାରୁ ପ୍ରାୟ ୨୦ ମିନିଟକୁ ହ୍ରାସ ପାଇବ। ଶନିବାରଠାରୁ ଏହି ପୋଲ ସର୍ବସାଧାରଣଙ୍କ ପାଇଁ ଖୋଲାଯିବ। ୨୦ ହଜାର କୋଟି ଟଙ୍କା ବ୍ୟୟରେ ଏହି ସେତୁ ତିଆରି ହୋଇଛି। ଅଟଳ ସେତୁରେ ଦୈନିକ ୭୦ ହଜାର ଯାନବାହନ ଚଳାଚଳ କରିବାର କ୍ଷମତା ରଖିଛି।

Leave A Reply

Your email address will not be published.