Odisha Link
Bridging the Missing Links in Odisha

ଚଳଚଞ୍ଚଳ ରଥଦାଣ୍ଡ; ଶ୍ରୀକ୍ଷେତ୍ରରେ ମହାଯଜ୍ଞର ଶୁଭାରମ୍ଭ

ଓଏଲ୍‌ ବ୍ୟୁରୋ: ରୂପାନ୍ତରଣର ସ୍ପର୍ଶରେ ସଜେଇ ହେଉଛି ଶ୍ରୀକ୍ଷେତ୍ର। ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଉତ୍ସବ ମୁଖର ଜଗନ୍ନାଥ ଧାମ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ଜୋରସୋରରେ ଚାଲିଛି ପ୍ରସ୍ତୁତି। ଅଙ୍କୁର ପୂଜନ ପରେ ଆଜିଠାରୁ ଆରମ୍ଭ ହୋଇଛି ମହାଯଜ୍ଞ। ଶ୍ରୀମନ୍ଦିର ଚାରିଦ୍ୱାର ଋଗ, ସାମ, ଯର୍ଜୁ ଓ ଅଥର୍ବ ବେଦ ମନ୍ତ୍ରରେ ପ୍ରକମ୍ପିତ ହୋଇଛି। ନିର୍ଦ୍ଦାରିତ କାର୍ଯ୍ୟସୂଚୀ ଅନୁସାରେ ଶ୍ରୀକ୍ଷେତ୍ରରେ ମହାଯଜ୍ଞର ଶୁଭାରମ୍ଭ ହୋଇଛି। ଅଖଣ୍ଡ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ମହାଯଜ୍ଞର ଶୁଭାରମ୍ଭ ଓ ପଞ୍ଚକର୍ମ। ଅପରାହ୍ନ ୩ଟାରେ ଯଜ୍ଞକୁଣ୍ଡରେ ଅଗ୍ନି ସଂଯୋଗ କରାଯିବ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଭବ୍ୟ ଯଜ୍ଞ ଲାଗି ପୂଜାର୍ଚ୍ଚନା ଚାଲିଛି।

Leave A Reply

Your email address will not be published.