Odisha Link
Bridging the Missing Links in Odisha

ଶ୍ରୀକ୍ଷେତ୍ରରେ ମେଘୁଆ ପାଗ; ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଓଏଲ୍‌ ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ ସାମାନ୍ୟ ବର୍ଷା ହୋଇଛି। ପୁର୍ବାଲି ବାୟୁ ଓ ପଶ୍ଚିମାଝଡ଼ ପ୍ରଭାବରେ ଉପକୂଳରେ ବର୍ଷା ହୋଇଛି। ୨ଦିନ ଯାଏଁ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ଅନ୍ୟପଟେ, ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼। ରୂପାନ୍ତରଣର ସ୍ପର୍ଶରେ ସଜେଇ ହୋଇଛି ପୁରୀ ବଡଦାଣ୍ଡ। ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ଉତ୍ସବ ମୁଖର ଜଗନ୍ନାଥ ଧାମ। ୩ ଦିନ ଧରି ଚାଲିଛି ମହାଯଜ୍ଞ। ମନ୍ତ୍ରଧ୍ବନୀରେ କମ୍ପୁଛି ଶ୍ରୀକ୍ଷେତ୍ର। ଶ୍ରୀକ୍ଷେତ୍ରରେ ମେଘୁଆ ପାଗ ସାଙ୍ଗକୁ ଲାଗି ରହିଛି ଝିପିଝିପି ବର୍ଷା। ଭକ୍ତି ରସରେ ଭିଜୁଛନ୍ତି ଭକ୍ତ। ହେଲିପ୍ୟାଡରେ ଓହ୍ଲାଇ ମୁଖ୍ୟମନ୍ତ୍ରୀ ଶ୍ରୀକ୍ଷେତ୍ର ପହଞ୍ଚିବେ। ଶ୍ରୀସେତୁ ଓ ଶ୍ରୀମାର୍ଗର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଅନ୍ୟପଟେ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ଜୋରସୋରରେ ଚାଲିଛି ପ୍ରସ୍ତୁତି। ଆଜି ମହାଯଜ୍ଞର ଶେଷ ଦିନ। ଶ୍ରୀମନ୍ଦିର ଚାରିଦ୍ୱାର ଋଗ, ସାମ, ଯର୍ଜୁ ଓ ଅଥର୍ବ ବେଦ ମନ୍ତ୍ରରେ ପ୍ରକମ୍ପିତ ହୋଇଛି। ନିର୍ଦ୍ଦାରିତ କାର୍ଯ୍ୟସୂଚୀ ଅନୁସାରେ ଶ୍ରୀକ୍ଷେତ୍ରରେ ମହାଯଜ୍ଞର ଶୁଭାରମ୍ଭ ହୋଇଥିଲା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଭବ୍ୟ ଯଜ୍ଞ ଲାଗି ପୂଜାର୍ଚ୍ଚନା ଚାଲିଛି।

Leave A Reply

Your email address will not be published.