Odisha Link
Bridging the Missing Links in Odisha

ବରିଷ୍ଠ ନାଗରିକଙ୍କ ପାଇଁ ଖୁସି ଖବର: ଆଜି ବ୍ରହ୍ମପୁରରୁ ଗଡ଼ିବ ସ୍ୱତନ୍ତ୍ର ତୀର୍ଥଯାତ୍ରା ଟ୍ରେନ

ଓଏଲ୍‌ ବ୍ୟୁରୋ: ବରିଷ୍ଠ ନାଗରିକଙ୍କ ପାଇଁ ସୁଗମ ବ୍ୟବସ୍ତା। ବରିଷ୍ଠ ନାଗରିକଙ୍କୁ ମିଳିବ ଅଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ ଅଧୀନରେ ଆଜି ବ୍ରାହ୍ମପୁରରୁ ସ୍ୱତନ୍ତ୍ର ତୀର୍ଥଯାତ୍ରା ଟ୍ରେନର ଶୁଭାରମ୍ଭ କରିବେ। ଗଂଜାମ, ଗଜପତି, ବୌଧ, କନ୍ଧମାଳ ଏବଂ ନୟାଗଡ଼ ଜିଲ୍ଲାର ବରିଷ୍ଠ ନାଗରିକଙ୍କ ପାଇଁ ବାରଣାସୀ-ପ୍ରୟଗରଜ ଅଭିମୁଖୀ ତୀର୍ଥଯାତ୍ରା ଟ୍ରେନର ଶୁଭାରମ୍ଭ ହେବ।

ରାଜ୍ୟର ବରିଷ୍ଠ ଲୋକମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣ ପାଇଁ ୨୦୧୬ ମସିହାରୁ କାର୍ଯ୍ୟକାରୀ କରିଛନ୍ତି। ଗତବର୍ଷ ତୀର୍ଥଯାତ୍ରାରେ ଯିବା ପାଇଁ ବରିଷ୍ଠ ନାଗରିକମାନେ ନଭେମ୍ବର ୧ ତାରିଖରୁ ୧୦ତାରିଖ ମଧ୍ୟରେ ଅନଲାଇନ ଜରିଆରେ ଆବେଦନ କରାଯାଇଥିଲା। ଗତବର୍ଷ ରାଜ୍ୟର ବିଭିନ୍ନ ସ୍ଥାନରୁ ୯ଟି ଟ୍ରେନ ଯୋଗେ ବରିଷ୍ଠ ନାଗରିକମାନଙ୍କୁ ତୀର୍ଥଯାତ୍ରାରେ ନେବା ପାଇଁ ରାଜ୍ୟସରକାର ବନ୍ଦୋବସ୍ତ କରିଛନ୍ତି। ରାଜ୍ୟସରକାରଙ୍କ ଏଭଳି ଯୋଜନାକୁ ବରିଷ୍ଠ ମାନେ ସ୍ୱାଗତ ଯୋଗ୍ୟ ବୋଲି କହିଛନ୍ତି।

Leave A Reply

Your email address will not be published.