୨୨ରେ ହାଫ୍ ଡେ’ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର

ଓଏଲ୍ ବ୍ୟୁରୋ: ହୋମ ଯଜ୍ଞରେ କମ୍ପୁଛି ଅଯୋଧ୍ୟା ନଗରୀ। ରାମଙ୍କ ପ୍ରାଣପ୍ରତିଷ୍ଠା ପାଇଁ ଉତ୍ସବ ମୁଖର ସାରାଦେଶ। ଅଗଣିତ ରାମଭକ୍ତଙ୍କ ଅପେକ୍ଷାର ହେବ ଅନ୍ତ, ଅଯୋଧ୍ୟା ରାମ ମନ୍ଦିରରେ ବିରାଜମାନ ହେବେ ରାମଲାଲା। ଆଉ ମାତ୍ର ଅଳ୍ପ ଦିନର ଅପେକ୍ଷା, ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ପାଇଁ ଚାଲିଛି ସଜବାଜ। ଏବେଠୁ ଅଯୋଧ୍ୟାକୁ ରାମଭକ୍ତଙ୍କ ସୁଅ ଛୁଟିଲାଣି। ସବୁ ମନ୍ଦିରରେ ଶଙ୍ଖଧ୍ୱନି, ଭଜନ କୀର୍ତ୍ତନ କରି ପ୍ରଚାର କରାଯାଉଛି। ସାଂସ୍କୃତିକ ପରମ୍ପରା ସହ ସମସ୍ତ କାର୍ଯ୍ୟ ସମ୍ପାଦନ ହେବ। ଆସନ୍ତା ଜାନୁଆରୀ ୨୨ରେ ଅଯୋଧ୍ୟା ରାମ ମନ୍ଦିରରେ ହେବ ପ୍ରାଣ ପ୍ରତିଷ୍ଠା। ମନ୍ଦିରର ଗର୍ଭଗୃହରେ ରାମ ଲାଲାଙ୍କ ମୂର୍ତ୍ତି ସ୍ଥାପନ କରାଯାଇଛି। ତେବେ ରାମଲାଲଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ବଡ଼ ନିଷ୍ପତି ନେଇଛନ୍ତି। ଅଯୋଧ୍ୟାରେ ଆସନ୍ତା ୨୨ ତାରିଖରେ ଅଧାଦିନ ସରକାର ଛୁଟି ଘୋଷଣା କରିଛନ୍ତି।
ଅନ୍ୟପଟେ, ୨୨ରେ ଅଯୋଧ୍ୟା ରାମ ମନ୍ଦିରରେ ହେବ ପ୍ରାଣ ପ୍ରତିଷ୍ଠା। ବିଚାରପତି, ବୈଜ୍ଞାନିକ, ସୈନିକ ଓ ଅନ୍ୟାନ୍ୟ ବର୍ଗଙ୍କୁ ନିମନ୍ତ୍ରଣ କରାଯାଇଛି। ୨୨ ତାରିଖ ଅପରାହ୍ନ ୧୨ଟା ୨୦ରୁ ପ୍ରାଣ ପ୍ରତିଷ୍ଠା ଆରମ୍ଭ ହେବ। ଅପରାହ୍ନ ୧ଟା ସୁଦ୍ଧା କାର୍ଯ୍ୟ ସମ୍ପାଦନ ପାଇଁ ସ୍ଥିରୀକୃତ ହୋଇଛି। ଜାନୁଆରୀ ୧୯ରୁ ଲକ୍ଷ୍ନୌରୁ ଅଯୋଧ୍ୟା ହେଲିକପ୍ଟର ସେବା ଚାଲିବ। ଅଯୋଧ୍ୟା ଆଖପାଖର ବିମାନବନ୍ଦର ସହ ମଧ୍ୟ ଆଲୋଚନା ହେବ। ପ୍ରାୟ ୧୦୦ଟି ବିମାନ ଆସିବା ନେଇ ଆମ ପାଖରେ ସୂଚନା ପହଞ୍ଚିଛି। ସ୍ୱତନ୍ତ୍ର ବିମାନ ସହ ନିୟମିତ ବିମାନର ଉଡ଼ାଣ ମଧ୍ୟ ଜାରି ରହିବ। ୫୬ଟି ଦେଶରୁ ଶ୍ରଦ୍ଧାଳୁଙ୍କୁ ଆସିବା ପାଇଁ ନିମନ୍ତ୍ରଣ କରାଯାଇଛି ବୋଲି କମିଟି ମହାସଚିବ ଚମ୍ପତ ରାୟ ସୂଚନା ଦେଇଛନ୍ତି।