Odisha Link
Bridging the Missing Links in Odisha

ଦିଲ୍ଲୀରେ ଘନ କୁହୁଡ଼ିର ଆସ୍ତରଣ; ବିଳମ୍ବରେ ଗଡ଼ୁଛି ୧୮ ଟ୍ରେନ

ଓଏଲ୍‌ ବ୍ୟୁରୋ: ଭାରତରେ ଘନ କୁହୁଡ଼ି ଯୋଗୁ ଯାତ୍ରୀ ହନ୍ତସନ୍ତ ହେଉଛନ୍ତି। କିଛି ଅଂଚଳରେ ସକାଳୁ ସକାଳୁ ଘରୁ ବାହାରିବା ହୋଇପଡ଼ୁଥିଲା ମୁସ୍କିଲ। ଦିଲ୍ଲୀରେ ଘନ କୁହୁଡ଼ିର ଆସ୍ତରଣ ପାଇଁ ଯାତାୟତ ବାଧାପ୍ରାପ୍ତ ହୋଇଛି। ବିଳମ୍ବରେ ଚାଲିଛି ଦିଲ୍ଲୀ ଯାଉଥିବା ୧୮ଟି ଟ୍ରେନ। ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ୩ଘଣ୍ଟା ୪୫ମିନିଟ ବିଳମ୍ବ ଚାଲିଛି।

ଅନ୍ୟପଟେ, ଆଜି ସକାଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଘନକୁହୁଡିର ଆସ୍ତରଣ ଦେଖିବାକୁ ମିଳିଥିଲା। ସକାଳୁ ସକାଳୁ ପ୍ରବଳ ଶୀତ ସହ ଘନକୁହୁଡି ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହେଉଛି। ଆଉ ୪ରୁ ୫ ଦିନ ଘନ କୁହୁଡ଼ି ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସମଗ୍ର ଉତ୍ତର ଭାରତରେ ଏପରି ପାଗ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Leave A Reply

Your email address will not be published.