Odisha Link
Bridging the Missing Links in Odisha

ବଡ଼ ପରଦାରେ ବାଜପେୟୀଙ୍କ କାହାଣୀ; ରିଲିଜ ହେଲା ‘ମେଁ ଅଟଲ ହୁଁ’

ଓଏଲ୍‌ ବ୍ୟୁରୋ: ଜଣେ ଜନନାୟକ, ଦୃଢ଼ ରାଜନୈତିକ ଇଚ୍ଛାଶକ୍ତିର ଅଧିକାରୀ ଭାବେ ଅଟଳ ବିହାରୀ ବାଜପେୟୀ ସୁପରିଚିତ। ୧୯୯୯ ମସିହା ଅକ୍ଟୋବର ୧୩ ତାରିଖ ଦିନ ଜାତୀୟ ଗଣତାନ୍ତ୍ରିକ ସାମ୍ମୁଖ୍ୟ ନାମକ ଏକ ନୂତନ ମିଳିତ ସରକାରର ମୁଖ୍ୟ ଭାବେ ସେ କ୍ରମାଗତ ଭାବେ ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ପୂର୍ବରୁ ୧୯୯୬ ମସିହାରେ ସେ ଅଳ୍ପଦିନ ପାଇଁ ପ୍ରଧାନମନ୍ତ୍ରୀ ପଦ ମଣ୍ଡନ କରିଥିଲେ। ପଣ୍ଡିତ ଜବାହାରଲାଲ ନେହରୁଙ୍କ ପରେ ବାଜପେୟୀ କ୍ରମାଗତ ଭାବେ ଦୁଇ ଥର ଜନସମର୍ଥନ ପାଇ ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାରେ ସେ ହେଉଛନ୍ତି ପ୍ରଥମ ପ୍ରଧାନମନ୍ତ୍ରୀ।

ଦୃଢ଼ ରାଜନୈତିକ ଇଚ୍ଛାଶକ୍ତିର ଅଧିକାରୀ ଭାବେ ପରିଚିତ ପରଦାରେ ଜନନାୟକ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ କାହାଣୀକୁ ନେଇ ବଡ଼ ପରଦାରେ ଦେଖିବାକୁ ମିଳିଚି, ‘ମେଁ ଅଟଲ ହୁଁ’। ଏହି କାହାଣୀ ଦେଖିବାକୁ ସମସ୍ତଙ୍କ ମଧ୍ୟରେ ଉତ୍ସାହ ରହିଛି। ଏହି ଚଳଚ୍ଚିତ୍ରରେ ବାଜପେୟୀ ଭୂମିକାରେ ପଙ୍କଜ ତ୍ରିପାଠୀଙ୍କୁ ଦେଖିବାକୁ ମିଳିଛି। ଆଜି ପରଦାରେ ରିଲିଜ ହୋଇଛି ମେଁ ଅଟଳ ହୁଁ ସିନେମା। ରବି ଯାଦବଙ୍କ ନିର୍ଦ୍ଦେଶନାରେ ତିଆରି ହୋଇଥିବା ଏହି ଚଳଚ୍ଚିତ୍ରରେ ଅଟଳ ବିହାରୀ ବାଜପେୟୀଙ୍କ ଜୀବନର ପ୍ରତ୍ୟେକ ଦିଗକୁ ଦୁଇ ଘଂଟା ମଧ୍ୟରେ ଦେଖାଇବାକୁ ଚେଷ୍ଟା କରାଯାଇଛି।

Leave A Reply

Your email address will not be published.