Odisha Link
Bridging the Missing Links in Odisha

ଚଳଚଞ୍ଚଳ ସାରାଦେଶ; ଫତେଗଡରେ ମଧ୍ୟ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ

ଓଏଲ୍‌ ବ୍ୟୁରୋ: ଅଗଣିତ ରାମଭକ୍ତଙ୍କ ଅପେକ୍ଷାର ହେବ ଅନ୍ତ, ଅଯୋଧ୍ୟା ରାମ ମନ୍ଦିରରେ ବିରାଜମାନ ହେବେ ରାମଲାଲା। ଆଉ ମାତ୍ର କିଛି ସମୟର ଅପେକ୍ଷା। ଅଯୋଧ୍ୟାରେ ଭକ୍ତିମୟ ପରିବେଶ। ସବୁଠି ଶୁଭୁଛି ଜୟଶ୍ରୀରାମ। ଅଯୋଧ୍ୟାକୁ ରାମଭକ୍ତଙ୍କ ସୁଅ ଛୁଟିଲାଣି। ହୋମ ଯଜ୍ଞରେ କମ୍ପୁଛି ଅଯୋଧ୍ୟା ନଗରୀ। ରାମଙ୍କ ପ୍ରାଣପ୍ରତିଷ୍ଠା ପାଇଁ ଉତ୍ସବ ମୁଖର ସାରାଦେଶ। ଆଜି ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ। ଅଯୋଧ୍ୟାକୁ ଭକ୍ତଙ୍କ ସୁଅ ଛୁଟୁଛି। ସାଧୁ ସନ୍ଥ ମେଳି ବାନ୍ଧୁଛନ୍ତି। ରାମମୟ ହୋଇପଡିଛି ପୁରା ଅଯୋଧ୍ୟା। ୨ହଜାର କ୍ୱିଣ୍ଟାଲ ଫୁଲରେ ଅଯୋଧ୍ୟା ସହର ସଜେଇ ହୋଇଛି।

ଏହା ସହ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା ଓ ବିଗ୍ରହ ସ୍ଥାପନ ନେଇ ସାରା ଦେଶରେ ଉତ୍ସବର ମାହୋଲ ରହିଥିବା ବେଳେ ନୟାଗଡ ଜିଲ୍ଲା ଫତେଗଡରେ ବି ସୃଷ୍ଟି ହୋଇଛି ଆଧାତ୍ମିକ ପରିବେଶ। ଫତେଗଡ ଗାଁ ନିକଟ ପାହାଡ ଉପରେ ନିର୍ମାଣ ହୋଇଛି ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର। ଗତ ୧୭ ତାରିଖରୁ ମନ୍ଦିରର ପ୍ରତିଷ୍ଠା ସାଙ୍ଗକୁ ବିଗ୍ରହଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ କାର୍ଯ୍ୟକ୍ରମ ଜାରି ରହିଛି। ଅଯୋଧ୍ୟା ରାମମନ୍ଦିର ସହ ଆଜି ଫତେଗଡ ରାମ ମନ୍ଦିରର ମଧ୍ୟ ପ୍ରାଣ ପ୍ରତିଷ୍ଠା କରାଯିବ। ଯାହାକୁ ନେଇ ସାରା ଅଂଚଳରେ ଉତ୍ସାହ ଦେଖିବାକୁ ମିଳିଛି। ସମୁଦ୍ର ପତନ ଠାରୁ ୧୬୦୦ ଫୁଟ ଉଚ୍ଚ ପାହାଡ ଉପରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର। ବଉଳମାଳା ପଥରରେ ନିର୍ମିତ, ପୁଷ୍ପ ସଜ୍ଜିତ ଏହି ମନ୍ଦିରର ରୂପ ଅନନ୍ୟ ଆଉ ଅତ୍ୟନ୍ତ ଆକର୍ଷଣୀୟ ହୋଇଛି।

Leave A Reply

Your email address will not be published.