Odisha Link
Bridging the Missing Links in Odisha

କାଲିଠୁ ବଜେଟ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ। ବଜେଟ ଅଧିବେଶନ ପୂର୍ବରୁ ଆଜି ସଂସଦରେ ବସିବ ସର୍ବଦଳୀୟ ବୈଠକ।ପୂର୍ବାହ୍ନ ୧୧ଟାରେ ସର୍ବଦଳୀୟ ବୈଠକ ବସିବା ନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ।ବୈଠକରେ ଉଭୟ ଲୋକସଭା ଓ ରାଜ୍ୟସଭାର ସବୁ ରାଜନୈତିକ ଦଳର ସାଂସଦ ସାମିଲ ହେବେ।ବଜେଟ ଅଧିବେଶନକୁ ସୁରୁଖୁରରେ ଚଳାଇବା ପାଇଁ ସବୁ ରାଜନୈତିକ ଦଳଙ୍କ ସହଯୋଗ ଲୋଡିବେ କେନ୍ଦ୍ର ସରକାର।

ଆସନ୍ତାକାଲି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିଭାଷଣରୁ ଆରମ୍ଭ ହେବ ବଜେଟ ଅଧିବେଶନ। ଏହାପରେ ଫେବ୍ରୁଆରୀ ୧ ତାରିଖରେ ସଂସଦରେ ଅନ୍ତରୀଣ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଲଗାତାର ୬ଷ୍ଠ ଥର ପାଇଁ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନା କରିବା। ଏଥିସହିତ ଏହା ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଅନ୍ତିମ ବଜେଟ ହେବ । ଆସନ୍ତାକାଲିଠୁ ଆରମ୍ଭ ହେଉଥିବା ବଜେଟ ଅଧିବେଶନ ଫେବୃଆରୀ ୯ ତାରିଖ ଯାଏଁ ଚାଲିବ ।

Leave A Reply

Your email address will not be published.