Odisha Link
Bridging the Missing Links in Odisha

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡ

ଓଏଲ୍‌ ବ୍ୟୁରୋ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ ଖବର ସାମ୍ନାକୁ ଆସିଛି। ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ। ପୂର୍ବତନ ବୈଦେଶିକ ମନ୍ତ୍ରୀ ମହମ୍ମଦ କ୍ୟୁରେସିଙ୍କୁ ବି ୧୦ ବର୍ଷ ଜେଲ୍‌ ଦଣ୍ଡ। ଉଭୟଙ୍କୁ ଜେଲ୍ ଦଣ୍ଡାଦେଶ ଶୁଣାଇଲେ ପାକିସ୍ତାନର ସ୍ୱତନ୍ତ୍ର କୋର୍ଟ। ଦେଶର ଗୋପନୀୟ ତଥ୍ୟ ଲିକ୍ କରିଥିବା ଅଭିଯୋଗରେ ଦଣ୍ଡାଦେଶ ଶୁଣାଯାଇଛି।

ସୂଚନା ଅନୁସାରେ, ବହୁଚର୍ଚ୍ଚିତ ତୋଷଖାନା ମାମଲାରେ ଇମ୍ରାନ ଖାଁ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏହି ମାମଲାରେ କୋର୍ଟ ତାଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଥିଲେ। ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ୫ ବର୍ଷ ଯାଏ ନିର୍ବାଚନ ଲଢ଼ି ପାରିବେନି ବୋଲି ସ୍ପଷ୍ଟ ହୋଇଥିଲା।