Odisha Link
Bridging the Missing Links in Odisha

ପୁଣିଥରେ ଓଏଏସ୍‌ ସ୍ତରରେ ଅଦଳବଦଳ; କାହାକୁ କେଉଁ ଦାୟିତ୍ବ ମିଳିଲା ଜାଣନ୍ତୁ

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନ ପୂର୍ବରୁ ପୁଣିଥରେ ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ପୁରୀ ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ପ୍ରଦୀପ କୁମାର ସାହୁ(କ)ଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଅତିରିକ୍ତ ପ୍ରଶାସକ ଭାବେ ବଦଳି ହୋଇଛି।ସେହିପରି ସମ୍ବଲପୁରର ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ(ଖ)ଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ଅବସ୍ଥାପିତ କରାଯାଇଛି।ବରଗଡ଼ର ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରାଙ୍କୁ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ, ଭବାନୀ ପ୍ରସାଦ ମିଶ୍ରଙ୍କୁ ବ୍ରହ୍ମପୁର ମହାନଗର ନିଗମର କମିଶନର ଭାବେ ବଦଳି ହୋଇଛି।

ସେହିପରି ରିଷ୍ଠ ଓଏଏସ୍ ବିମଳେନ୍ଦୁ ରାୟଙ୍କୁ ଓମଫେଡ୍ ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀ ରାୟ ଏବେ ଏକ୍ସପୋର୍ଟ ପ୍ରମୋସନ ଆଣ୍ଡ ମାର୍କେଟିଂ(ପିଇପିଏମ)ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ଯୁଗ୍ମ ସଚିବ ଭବାନୀ ପ୍ରସାଦ ମିଶ୍ରଙ୍କୁ ବ୍ରହ୍ମପୁର ମହାନଗର ନିଗମର କମିଶନର ଭାବେ ବଦଳି ହୋଇଛି। ବ୍ରହ୍ମପୁର ମହାନଗର ନିଗମର ଅତିରିକ୍ତ କମିଶନର ସମ୍ବିତ କୁମାର ରାଉତଙ୍କୁ ବ୍ରହ୍ମପୁରସ୍ଥିତ ଗଞ୍ଜାମ-କୋରାପୁଟ ପ୍ରମୁଖ ବନ୍ଦୋବସ୍ତର ବନ୍ଦୋବସ୍ତ ଅଧିକାରୀ ଭାବେ ବଦଳି ହୋଇଛି । ଓଡିଶା ଷ୍ଟାଫ ସିଲେକ୍ସନ କମିଶନରେ ଯୁଗ୍ମ ସଚିବ ଶରତ ଚନ୍ଦ୍ର ବେହେରାଙ୍କୁ ପୁରୀ ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଛି ।

ବ୍ରହ୍ମପୁର ମହାନଗର ନିଗମର ଅତିରିକ୍ତ କମିଶନର ରମେଶ ହାସଦାଙ୍କୁ ବ୍ରହ୍ମପୁର ଉନ୍ନୟନ ପ୍ରାଧିକରଣର ସଚିବ ଭାବେ ବଦଳି ହୋଇଛି । ଭୁବନେଶ୍ୱର ଇଡକୋ ଲ୍ୟାଣ୍ଡ ଅଫିସର ସମ୍ବିତ କୁମାର ଗଡ଼ନାୟକଙ୍କୁ ସମ୍ବଲପୁର ଅତିରିକ୍ତ ଜିଲ୍ଲାପାଳ, କୁଚିଣ୍ଡା ଅତିରିକ୍ତ ଉପଜିଲ୍ଲାପାଳ ହେମସାଗର ଭୋଇଙ୍କୁ କୁଚିଣ୍ଡା ଉପଜିଳ୍ଲାପାଳ ଭାବେ ବଦଳି ହୋଇଛି । ସେହିପରି ପାପଡ଼ାହାଣ୍ଡି ବିଡିଓ ଦୁର୍ଯ୍ୟୋଧନ ଭୋଇଙ୍କୁ ମାଲକାନଗିରି ଉପଜିଲ୍ଲାପାଳ ଭାବେ ବଦଳି ହୋଇଛି ।ସୂଚନାଯୋଗ୍ୟ, ଗତ ଦୁଇଦିନ ତଳେ ରାଜ୍ୟ ସରକାର ୧୧୧ଜଣ ଓଏଏସ୍ ଅଫିସରଙ୍କ ବଦଳି କରିଥିଲେ ।

Leave A Reply

Your email address will not be published.