Odisha Link
Bridging the Missing Links in Odisha

ପୁଣି ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଇଡିର ସମନ; ଆସନ୍ତା ୨ରେ ହାଜର ହେବାକୁ ନିର୍ଦ୍ଦେଶ

ଓଏଲ୍‌ ବ୍ୟୁରୋ: ପୁଣିଥରେ ଚର୍ଚ୍ଚାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍। ପ୍ରବର୍ତନ ନିର୍ଦ୍ଦେଶାଳୟ ବା ଇଡିରେ ହାଜର ହେବା ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ସମାନ ଜାରି ହୋଇଛି। ଆସନ୍ତା ୨ରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ମଦ ଦୁର୍ନୀତି ମାମଲାରେ ପ୍ରବର୍ତନ ନିର୍ଦ୍ଦେଶାଳୟ ସମନ ଜାରି କରିଛି।

ସୂଚନା ଅନୁସାରେ, ପୂର୍ବରୁ ସେ ନିଜ ଓକିଲଙ୍କ ଜରିଆରେ ଇଡିରେ ହାଜର ହେବାକୁ ସମୟ ମାଗିଥିଲେ। ଏହା ସହ ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ପ୍ରବର୍ତନ ନିର୍ଦ୍ଦେଶାଳୟର ସମନକୁ ନେଇ ପ୍ରତିକ୍ରିୟା ରଖିଥିଲେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଇଡି କରିଥିବା ନୋଟିସକୁ ବେଆଇନ ବୋଲି କହିଥିଲେ ଅରବିନ୍ଦ କେଜ୍ରିୱାଲ। ଏହି ନୋଟିସ୍ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଏବଂ ପ୍ରବର୍ତନ ନିର୍ଦେଶାଳୟ ତୁରନ୍ତ ଏହି ନୋଟିସ୍ ପ୍ରତ୍ୟାହାର କରୁ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଥିଲେ।

ସୂଚନା ଅନୁସାରେ, ୨୦୨୦ ନଭେମ୍ବର ୧୭ରେ ଦିଲ୍ଲୀରେ ନୂଆ ଅବକାରୀ ନୀତି ଲାଗୁ କରାଯାଇଥିଲା। ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ତାଙ୍କୁ ଇଡି ହାଜର ହେବାକୁ ସମନ ପଠାଇଥିଲା। ଏହି ମାମଲାରେ ଏପ୍ରିଲରେ ସିବିଆଇ ଅରବିନ୍ଦ କେଜରିୱାଲଙ୍କୁ ପଚରାଉଚରା କରିଥିଲା। ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ, ସାଂସଦ ସଂଜୟ ସି ଇଡି ଜାଲରେ ଫଶିସାରିଛନ୍ତି। ତେବେ ମଦ ମାଫିଆଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ପାଇଁ ଆଇନର ଉଲ୍ଲଙ୍ଘନ ହୋଇଥିବା ଅଭିଯୋଗ ହୋଇଥିଲା। ଏନେଇ ଗତବର୍ଷ ଅଗଷ୍ଟରେ ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ସମେତ କିଛି ଆପ ନେତାଙ୍କ ଘରେ ଚଢାଉ ହୋଇଥିଲା।

Leave A Reply

Your email address will not be published.