Odisha Link
Bridging the Missing Links in Odisha

ମିଶୁ ମୋର ଦେହ ଏ ଦେଶ ମାଟିରେ; ଉତ୍କଳମଣିଙ୍କ ଉକ୍ତିକୁ ମନେ ପକାଇଲେ ମହାମହିମ

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହେଲା ସଂସଦର ବଜେଟ ଅଧିବେଶନ। ବଜେଟ୍ ଅଧିବେଶନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିଭାଷଣ ରଖିଛନ୍ତି। ନୂଆ ସଂସଦ ଭବନରେ ମୋର ପ୍ରଥମ ଅଭିଭାଷଣ। ନୂଆ ଭାରତ, ଶ୍ରେଷ୍ଠ ଭାରତ ସଂକଳ୍ପ ପାଇଁ ଆହ୍ୱାନ। ସମ୍ବିଧାନ ଲାଗୁ ହେବାର ୭୫ ବର୍ଷ ପୂରଣ ହୋଇଛି। ଏହା ସହ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉତ୍କଳମଣିଙ୍କ କଥା କହିଛନ୍ତି। ମିଶୁ ମୋର ଦେହ ଏ ଦେଶ ମାଟିରେ, ଉତ୍କଳମଣିଙ୍କ କଥା କହିଛନ୍ତି।

ଏହା ସହ ୭୦ ହଜାରରୁ ଊର୍ଦ୍ଧ୍ୱ ଅମୃତ ସରୋବର ହୋଇଛି। ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ଜନଜାତି ଗୌରବ ଦିବସ ଘୋଷଣା ହୋଇଛି। ଭାରତ ଚନ୍ଦ୍ରର ଦକ୍ଷିଣ ମେରୁରେ ପହଞ୍ଚିବାରେ ବିଶ୍ୱର ପ୍ରଥମ ରାଷ୍ଟ୍ର। ଐତିହାସିକ ଜି-୨୦ ସମ୍ମିଳନୀ ଆଯୋଜନ କରିଛି। ପ୍ରଥମ ଥର ଏସୀୟ କ୍ରୀଡ଼ାରେ ଶହେ ପଦକ ଜିତିଛି ଭାରତ। ବିଶ୍ୱରେ ପ୍ରଥମ 5G ରାଷ୍ଟ୍ର ଭାବେ ଖ୍ୟାତି ଅର୍ଜନ କରିଛି। ସରକାର ଲକ୍ଷାଧିକ ଯୁବକଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି। ୩ ଦଶନ୍ଧି ବାଦ୍ ନାରୀ ଶକ୍ତି ବନ୍ଦନ ଅଧିନିୟମ ପାଇଁ ସମସ୍ତଙ୍କୁ ବଧାଇ।

ଅଧିବେଶନ ଫେବ୍ରୁଆରି ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଏହା ହେଉଛି ଶେଷ ଅଧିବେଶନ। ମୋଦି ସରକାରର ଦ୍ବିତୀୟ ପାଳିର ଶେଷ ବଜେଟ ଅଧିବେଶନ ଆଜିଠୁ ଆରମ୍ଭ ହୋଇଛି। ଏହାପୂର୍ବରୁ ଶୀତ ଅଧିବେଶନରେ ନିଲମ୍ବିତ ହୋଇଥିବା ସାଂସଦମାନଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ ହୋଇଛି। ଶୀତ ଅଧିବେଶନରେ ହଟ୍ଟଗୋଳ ଓ ଅଶୋଭନୀୟ ଆଚରଣ ପାଇଁ ଉଭୟ ଗୃହର ୧୪୬ ସାଂସଦକୁ ନିଲମ୍ବିତ କରାଯାଇଥିଲା। ସମସ୍ତଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର କରିବା ପାଇଁ ଉଭୟ ଗୃହର ପ୍ରୋସିଡିଂ ଅଧିକାରୀଙ୍କୁ ନିର୍ଦ୍ଦେଶ ମିଳିଛି।

Leave A Reply

Your email address will not be published.