Odisha Link
Bridging the Missing Links in Odisha

ବଜେଟ୍ ୨୦୨୪: ସ୍ଥାପନ ହେବ ୩ଟି ନୂଆ ରେଳ କରିଡର

ଓଏଲ୍‌ ବ୍ୟୁରୋ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ମୋଦି ସରକାରଙ୍କର ଦ୍ୱିତୀୟ କାର୍ଯ୍ୟକାଳର ଅନ୍ତରୀଣ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହା ତାଙ୍କର ଷଷ୍ଠ ବଜେଟ୍ ପରିବେଷଣ। ଆଗକୁ ନିର୍ବାଚନ ଥିବାରୁ ଏହି ବଜେଟରେ ବଡ ଘୋଷଣା ହେବା ନେଇ ସମସ୍ତଙ୍କ ମନରେ ଆଶା ରହିଥିଲା। ବିଶେଷ କରି ଟ୍ୟାକ୍ସରୁ ନେଇ କୃଷକ ଓ ମହିଳାଙ୍କ ପାଇଁ ଏହି ବଜେଟ୍ ଆଶାଜନକ ହେବ ବୋଲି ଆଶା କରାଯାଉଥିବାବେଳେ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ବଜେଟ୍ ଉପସ୍ଥାପନ ବେଳେ ସରକାରଙ୍କ ବିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମର ପ୍ରଂଶସା କରିବା ସହିତ ଆଗାମୀ ଜୁଲାଇ ମାସରେ ତାଙ୍କ ସରକାର ପୂର୍ଣ୍ଣ ବଜେଟ୍ ସହିତ ବିକଶିତ ଭାରତର ରୋଡମ୍ୟାପ୍ ପ୍ରସ୍ତୁତ କରିବ ବୋଲି କହିଛନ୍ତି।

ଅନ୍ତରୀଣ ବଜେଟରେ କେଉଁ ବିଭାଗକୁ କେତେ ଟଙ୍କା ମିଳିଲା ଏନେଇ ସମ୍ପୂର୍ଣ୍ଣ ତଥ୍ୟ ଜାଣନ୍ତୁ…

ଚଳିତ ବର୍ଷ ଲୋକସଭା ନିର୍ବାଚନ ହେବାକୁ ଯାଉଥିବାରୁ ଏହା ଏକ କାମଚଳା ବଜେଟ୍। ତେବେ ଏଥର ବଜେଟରେ ପ୍ରତିରକ୍ଷା ମନ୍ତ୍ରାଳୟକୁ ୬.୨ ଲକ୍ଷ କୋଟି ଅନୁଦାନ ମିଳିଥିବାବେଳେ ସଡକ ପରିବହନ ଓ ରାଜମାର୍ଗ ମନ୍ତ୍ରାଳୟକୁ ୨.୭୮ ଲକ୍ଷ କୋଟି, ରେଳ ମନ୍ତ୍ରାଳୟକୁ ୨.୫୫ ଲକ୍ଷ କୋଟି, ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନକୁ ୨.୧୩ ଲକ୍ଷ କୋଟି, ଗୃହ ମନ୍ତ୍ରାଳୟକୁ ୨.୦୩ ଲକ୍ଷ କୋଟି, ଗ୍ରାମୀଣ ବିକାଶ ମନ୍ତ୍ରାଳୟକୁ ୧.୭୭ ଲକ୍ଷ କୋଟି, ରସାୟନ ଏବଂ ଉର୍ବରକ ମନ୍ତ୍ରାଳୟକୁ ୧.୬୮ ଲକ୍ଷ କୋଟି, ସୂଚନା ମନ୍ତ୍ରାଳୟକୁ ୧.୩୭ ଲକ୍ଷ କୋଟି, କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟକୁ ୧.୨୭ ଲକ୍ଷ କୋଟି ଅନୁଦାନ ସ୍ଥିର କରାଯାଇଛି।

ସୂଚନା ଅନୁସାରେ, ଗବେଷଣା ପାଇଁ ‘ଜୟ ଅନୁସନ୍ଧାନ’ ଯୋଜନା ବ୍ୟବସ୍ଥା କରାଯାଇଛି। ‘ଜୟ ଅନୁସନ୍ଧାନ’ ଯୋଜନାରେ ୧ ଲକ୍ଷ କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ଆସନ୍ତା ୫ ବର୍ଷରେ ୨କୋଟି ହିତାଧିକାରୀଙ୍କୁ ଘର ପାଇଁ ଅନୁଦାନ ଦିଆଯିବ। ଏକ କୋଟି ପରିବାରକୁ ୩୦୦ ୟୁନିଟ ମାଗଣା ବିଜୁଳି ଦିଆଯିବ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯିବ ନାହିଁ। ବର୍ତ୍ତମାନ ପ୍ରଚଳିତ ଟିକସ ବ୍ୟବସ୍ଥା ଅପରିବର୍ତ୍ତନ ରହିବ। ବଜେଟ ଉପସ୍ଥାପନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ଟ୍ୟାକ୍ସ ରିଟର୍ଣ୍ଣ ଫାଇଲ ସହଜ ଏବଂ ସରଳ କରାଯିବ।

ସମାଜର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବ୍ୟବସ୍ଥା ହୋଇଛି। ସବ୍‌କା ସାଥ୍‌, ସବକା ବିକାଶ ଓ ସବ୍‌କା ପ୍ରୟାସ ଚାଲୁ ରହିଛି ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ରଖାଯାଇଥିବା କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ଡିବିଟି ଜରିଆରେ ୩୪ ଲକ୍ଷ କୋଟି ପ୍ରଦାନ କରାଯାଇଛି। ଜନଧନ ଆକାଉଣ୍ଟ ଜରିଆରେ ହିତାଧିକାରୀଙ୍କୁ ସିଧା ସହାୟତା ମିଳୁଛି। ପିଏମ୍ କୃଷକ ସମ୍ମାନ ନିଧି ଯୋଜନାରେ ୧୧.୮ କୋଟି ଚାଷୀଙ୍କୁ ଲାଭ ମିଳୁଛି।

ଜାତୀୟ ଶିକ୍ଷା ନୀତି ଜରିଆରେ ଶିକ୍ଷାକୁ ଅଧିକ ଉପାଦେୟ କରାଯାଇଛି। ୭ଟି ଆଇଆଇଟି, ୧୬ଟି ଟ୍ରିପଲ ଆଇଟି, ୭ଟି ଆଇଆଇଏମ୍‌ ପ୍ରତିଷ୍ଠା ହୋଇଛି। ୧୩ଟି ଏମ୍‌ସ ଓ ୩୯୦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ସ୍କିଲ ଇଣ୍ଡିଆ ମିଶନ ଜରିଆରେ ୧.୪ କୋଟି ଯୁବକ ଦକ୍ଷ ହୋଇଥିବାବେଳେ ପୁନଃ କୁଶଳୀ ୫୪ ଲକ୍ଷ ଯୁବକଙ୍କୁ ତାଲିମ ଦିଆଯାଇଥିବା କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯିବ ନାହିଁ। ବର୍ତ୍ତମାନ ପ୍ରଚଳିତ ଟିକସ ବ୍ୟବସ୍ଥା ଅପରିବର୍ତ୍ତନ ରହିବ। ବଜେଟ ଉପସ୍ଥାପନରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ଟ୍ୟାକ୍ସ ରିଟର୍ଣ୍ଣ ଫାଇଲ ସହଜ ଏବଂ ସରଳ କରାଯିବ।

ରୁଫ୍‌ ଟପ୍‌ ସୋଲାର ସିଷ୍ଟମ ଜରିଆରେ ବିଜୁଳି ଯୋଗାଣ ହେବ। ୯ରୁ ୧୪ ବର୍ଷର ବାଳିକାଙ୍କୁ ସର୍ଭାଇକାଲ କ୍ୟାନ୍‌ସର ଟିକା ଦିଆଯିବ। ମଧ୍ୟବିତଙ୍କ ପାଇଁ ନୂଆ ଘର ନିର୍ମାଣ ଯୋଜନା ଆରମ୍ଭ ହେବ। ଆଶା ଓ ଅଙ୍ଗନବାଡ଼ି କର୍ମୀଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ ହେବେ। ୩ କୋଟି ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ୮୩ ଲକ୍ଷ ଏସ୍‌ଏଚ୍‌ଜିରେ ଏବେ ୯କୋଟି ମହିଳା ସାମିଲ ଅଛନ୍ତି। ଏଯାବତ ୧ କୋଟି ମହିଳା ଲକ୍ଷପତି ଦିଦି ହୋଇସାରିଲେଣି।

ଜୟ ଅନୁସନ୍ଧାନ ଯୋଜନାରେ ୧ ଲକ୍ଷ କୋଟି ଟଙ୍କାର ଋଣ ଦିଆଯିବ। ୪୦ ହଜାର ସାଧାରଣ ବଗି ବନ୍ଦେ ଭାରତ ବଗିକୁ ରୂପାନ୍ତର ହେବ। ଭାରତର ବିକାଶରେ ପୂର୍ବାଞ୍ଚଳ ରାଜ୍ୟକୁ ଡ୍ରାଇଭିଂ ସିଟ୍‌କୁ ନିଆଯାଉଛି। ୪୦ ହଜାର ସାଧାରଣ ବଗି ବନ୍ଦେ ଭାରତ ବଗିକୁ ରୂପାନ୍ତର ହେବ। ଉଡାନ୍‌ ଯୋଜନାରେ ଆଉ ୫୭୦ ନୂଆ ଏୟାର ରୁଟ୍‌ ହେବ। ୫୭୦ ନୂଆ ରୁଟ୍‌ରେ ୧.୦୩ କୋଟି ଯାତ୍ରୀ ସୁବିଧା ପାଇବେ। ଲାକ୍ଷାଦ୍ୱୀପକୁ ଅଧିକ ପର୍ଯ୍ୟଟକ ଆକର୍ଷଣ ବ୍ୟବସ୍ଥା କରାଯିବ। ଲାକ୍ଷାଦ୍ୱୀପରେ ଭିତ୍ତିଭୂମିର ବ୍ୟାପକ ବିକାଶ କରାଯିବ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି।

Leave A Reply

Your email address will not be published.