Odisha Link
Bridging the Missing Links in Odisha

ଆଉ ଦିନକ ପରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ; ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆହୁରି ବ୍ୟାପକ ହେବ ଓଡ଼ିଆ ଭାଷା। ଫେବ୍ରୁଆରୀ ୩ରୁ ଆରମ୍ଭ ହେବାକୁ ଯାଉଛି ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ। ଫେବ୍ରୁଆରୀ ୩ରୁ ଆରମ୍ଭ ହୋଇ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି।

ଏଥିପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଭାଷା ମହାକୁମ୍ଭର ଶୁଭାରମ୍ଭ କରିବାକୁ ଯାଉଛନ୍ତି। ତେବେ ଏହି ଅବସରରେ ରାଜ୍ୟରେ ସମସ୍ତେ ଗାଇବେ ବନ୍ଦେ ଉତ୍କଳ ଜନନୀ। ଏନେଇ ପ୍ରତି ବ୍ଲକରେ ସ୍ୱତନ୍ତ୍ର ବ୍ୟବସ୍ତା କରାଯାଇଛି।

ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ଡ. ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ। ଏହି ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଭାଷାବିତ୍ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଓଡ଼ିଆ ଭାଷା ଉପରେ ତାଙ୍କର ଉଚ୍ଚକୋଟୀର ଗବେଷଣା ଦିଗରେ ଜୀବନ ବ୍ୟାପୀ ସାଧନାର ସ୍ୱୀକୃତି ସ୍ଵରୂପ ତାଙ୍କୁ ବିଶ୍ଵ ଓଡ଼ିଆ ସମ୍ମାନରେ ସମ୍ମାନିତ କରିବେ। ପୁରସ୍କାର ବାବଦରେ ତାଙ୍କୁ କୋଡ଼ିଏ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯିବ।

Leave A Reply

Your email address will not be published.