Odisha Link
Bridging the Missing Links in Odisha

ଓଡ଼ିଶାବାସୀଙ୍କୁ ୬୮ ହଜାର କୋଟି ଟଙ୍କା ପ୍ରକଳ୍ପର ଭେଟି ଦେଲେ ମୋଦି

ଓଏଲ୍‌ ବ୍ୟୁରୋ: ଦିନିକିଆ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସମ୍ବଲପୁର ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ଓଡ଼ିଶାବାସୀଙ୍କୁ ୬୮ ହଜାର କୋଟି ଟଙ୍କା ପ୍ରକଳ୍ପର ଭେଟି ଦେଇଛନ୍ତି। ଏଥିସହିତ ଆଇଆଇଏମ୍‌ ସମ୍ବଲପୁରର ନୂଆ କ୍ୟାମ୍ପସର ବିଧିବଦ୍ଧ ଭାବେ ଉଦଘାଟନ କରିଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଆଜି ଓଡ଼ିଶାର ବିକାଶ ଯାତ୍ରା ପାଇଁ ବଡ଼ ମହତ୍ତ୍ବପୂର୍ଣ୍ଣ ଦିନ। ଆଜି ଓଡ଼ିଶାବାସୀଙ୍କୁ ୭୦ ହଜାର କୋଟି ଟଙ୍କାର ପ୍ରକଳ୍ପ ପାଇଁ ଶୁଭେଚ୍ଛା ଜଣାଉଛି। ଏଥିରୁ ସମାଜର ସବୁ ବର୍ଗର ଲୋ ଲାଭ ପାଇବେ। ଏହି ପ୍ରକଳ୍ପ ଓଡ଼ିଶାର ନବଯୁବକଙ୍କୁ ରୋଜଗାର ଯୋଗାଇବ ବୋଲି କହିଛନ୍ତି।

ଏଥିସହିତ ସେ କହିଛନ୍ତି ଯେ, ଶିକ୍ଷା କ୍ଷେତ୍ରରେ ଓଡ଼ିଶାକୁ ମହତ୍ତ୍ବପୂର୍ଣ୍ଣ ସ୍ଥାନକୁ ନେବାକୁ ପ୍ରୟାସ ଚଳାଇଛୁ। ପ୍ରତି କ୍ଷେତ୍ରରେ ଓଡ଼ିଶାକୁ ଅଧିକରୁ ଅଧିକ ସହଯୋଗ ଦେଇ ଆସୁଛୁ। ଗତ ୧୦ ବର୍ଷରେ ପେଟ୍ରୋଲିୟମ କ୍ଷେତ୍ରରେ ଦେଢ଼ ଲକ୍ଷ କୋଟିର ନିବେଶ କରାଯାଇଛି।ରେଳବାଇ କ୍ଷେତ୍ରରେ ବିକାଶ ପାଇଁ ୧୨ ଗୁଣ ଅଧିକ ଅର୍ଥ ଦିଆଯାଇଛି ସେହିପରି ଓଡ଼ିଶାର ଗ୍ରାମାଞ୍ଚଳରେ ୫୦ ହଜାର କିଲୋମିଟର ରାସ୍ତା ହୋଇଛି ।

Leave A Reply

Your email address will not be published.