Odisha Link
Bridging the Missing Links in Odisha

ସମ୍ବଲପୁର ଆସୁଛନ୍ତି ମୋଦି; ଭେଟିଦେବେ ୬୮ ହଜାର କୋଟିର ପ୍ରକଳ୍ପ

ଓଏଲ୍‌ ବ୍ୟୁରୋ: ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ପ୍ରଧାନମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ମୋଦି ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ। ଏହି ଗସ୍ତ ଅବସ‌ରରେ ପ୍ରଧାନମନ୍ତ୍ରୀ ରାଜ୍ୟବାସୀଙ୍କୁ ୬୮ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟିଦେବେ।

ପ୍ରଧାନମନ୍ତ୍ରୀ ମୋଦି ସମ୍ବଲପୁର IIMର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି। ଏଥିସହ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଏବଂ ଝାରସୁଗୁଡା-ବରପାଲି-ସରଡେଗା ରେଳ ଲାଇନ ଦୋହରୀକରଣ ଆଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ।

,ଥିସହିତ ବିଦ୍ୟୁତ୍‌, ସଡ଼କ, ରେଳ, କୋଇଲା ଏବଂ ଡାକ ଭଳି ବିଭିନ୍ନ କ୍ଷେତ୍ରର ବହୁ ପ୍ରକଳ୍ପକୁ ସେ ଲୋକାର୍ପଣ କରିବେ ଏବଂ ଦେଶ ଉଦ୍ଦେଶ୍ୟରେ ସମର୍ପିତ କରିବେ। ରାଷ୍ଟ୍ରାୟତ୍ତ କମ୍ପାନି ଏନ୍‌ଟିଭିସି, ଏମ୍‌ସିଏଲ୍‌, ଏନ୍‌ଏଚ୍‌ଏଆଇ, ଏନ୍‌ଏଲ୍‌ସି ଆଦି ପକ୍ଷରୁ ସ୍ଥାପନ କରାଯାଇଥିବା ପ୍ରକଳ୍ପଗୁଡ଼ିକର ସେ ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ। କେନ୍ଦ୍ର ବଜେଟ୍‌ ଉପସ୍ଥାପନ ପରେ ପ୍ରଧାନମନ୍ତ୍ରୀଙ୍କର ଏହା ପ୍ରଥମ ସଭା ହୋଇଥିବାରୁ ପୂରା ଦେଶର ନଜର ସମ୍ବଲପୁର ଉପରେ ରଖିଛି।

ଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସମ୍ବଲପୁରରେ ସୁରକ୍ଷା ବ୍ୟବସ୍ଥା ବି କଡ଼ାକଡ଼ି କରାଯାଇଛି ଏବଂ ସମୁଦାୟ ୭୦ ପ୍ଲାଟୁନ୍‌ ପୁଲିସ ଫୋର୍ସ ମୁତୟନ କରାଯାଇଛି। ସୁରକ୍ଷା ଦାୟିତ୍ବରେ ୩ଟି ଏସ୍‌ପି ରେଞ୍ଜ୍‌ର ପୁଲିସ ଅଧିକାରୀଙ୍କୁ ସାମିଲ କରାଯାଇଛି। ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ଏଡିଜି(ଆଇନ ଶୃଙ୍ଖଳା) ସଞ୍ଜୟ କୁମାରଙ୍କ ସହ ଆଇଜି ଦୀପକ କୁମାର ଓ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ସୁରକ୍ଷା କାର୍ଯ୍ୟ ତଦାରଖ କରୁଛନ୍ତି। ସେମାନଙ୍କ ସହିତ ୪ ଜଣ ଏସ୍‌ପିଙ୍କ ସହ ୨୫୦ ପୁଲିସ ଅଧିକାରୀ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି।

ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ, ପ୍ରଧାନମନ୍ତ୍ରୀ ଆଜି ଦିନ ୧ଟା ୧୫ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଦିନ ଗୋଟାଏ ୪୫ରେ ଆଇଆଇଏମ୍ ସମ୍ବଲପୁରର ନିଜସ୍ୱ କ୍ୟାମ୍ପସରେ ପହଞ୍ଚିବେ। ସେଠାରୁ କାର୍ଯ୍ୟକ୍ରମ ସାରି ଦିନ ୩ଟାରେ ହେଲିକପ୍ଟର ଯୋଗେ ରେମେଡ ସଭାସ୍ଥଳ ଅଭିମୁଖେ ବାହାରିବେ। ରେମେଡ ସଭାସ୍ଥଳରେ ୩ଟା ୧୫ରେ ପହଞ୍ଚି ସାଧାରଣ ସଭାରେ ଯୋଗ ଦେବା ପରେ ଅପରାହ୍ନ ୫ଟା ବେଳେ ନୂଆଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.